୨୬,୭୨୨ ଏସ୍‌ଏଚ୍‌ଜିକୁ ୧୦୦୧ କୋଟିର ଋଣ

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢ଼ାଇଛି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ। ଏହି ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ଏସ୍‌ଏଚ୍‌ଜି ସଦସ୍ୟା ଉପକୃତ ହେବେ। ଗୋଟିଏ ଦିନରେ କେବଳ ମା’ମାନଙ୍କ ପାଇଁ ଏତେ ବଡ଼ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୧୦ ଲକ୍ଷ ଲେଖା ଋଣ ପ୍ରଦାନ କରି କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡ଼ିଶାର ରୂପାନ୍ତରରେ ଭାଗୀଦାର ହେବା ପାଇଁ ବ୍ୟାଙ୍କର୍ସମାନଙ୍କୁ ଆହ୍ବାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କୁ ସଶକ୍ତ କରିବାରେ ଓଡ଼ିଶା ଏକ ଆଗୁଆ ରାଜ୍ୟ। ଓଡ଼ିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ତା’ର ଜୟଯାତ୍ରା ଜାରି ରଖିଛି। ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ ବୋଲି ସେ କହିଛନ୍ତି। ଜିଲାସ୍ତରୀୟ ଫେଡେରେଶନଗୁଡ଼ିକ ପାଇଁ ୧ କୋଟି ଏବଂ ବ୍ଲକସ୍ତରୀୟ ଫେଡେରେଶନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ୍‌ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ଏହାସହିତ ମିଶନ ଶକ୍ତି ସଦସ୍ୟମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ମେକ୍‌-ଇନ୍‌-ଓଡ଼ିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି ଏବଂ ମା’ମାନଙ୍କୁ ୧୦୦୧କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ବହୁମୁଖୀ ମୋବାଇଲ ଭ୍ୟାନ୍‌-କମ୍‌-ଏଟିଏମ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଗ୍ରାମାଞ୍ଚଳରେ ବିଶେଷକରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କଠାରୁ ଏକ୍ସିଲେନ୍ସ ଆଓ୍ବାର୍ଡ ମଧ୍ୟ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି, ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି। ଏଥିପାଇଁ ବ୍ୟାଙ୍କମାନେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିଶନ ଶକ୍ତି ଏକ ମହାଦ୍ରୁମରେ ପରିଣତ ହୋଇପାରିଛି। ମିଶନ ଶକ୍ତିର ସଦସ୍ୟମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି। କାର୍ଯ୍ୟକ୍ରମରେ ଭାଗ ନେଇ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି, ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା’ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟାଦା ଜାହିର କରିବେ। ଏ କ୍ଷେତ୍ରରେ ଆଜି ଆମେ ଅନେକ ପରିମାଣରେ ସଫଳ ହୋଇଛୁ। ଦିନ ଥିଲା ମା’ମାନେ ବ୍ୟାଙ୍କ କ’ଣ ଜାଣି ନ ଥିଲେ। ବ୍ୟାଙ୍କକୁ ଯିବାକୁ ଡରୁଥିଲେ। କାରଣ ଏହା ଥିଲା ପୁରୁଷମାନଙ୍କ କ୍ଷେତ୍ର। ଆଜି ବ୍ୟାଙ୍କ ଗାଁ ଗାଁ, ଘର ଘର ବୁଲି ମା’ ମାନଙ୍କୁ ଋଣ ଦେଉଛି। ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ। ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ସ୍ବୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କର୍ସମାନଙ୍କ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି। ସେହିପରି ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ। ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ମା’ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ଦିଆଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ମୋହନ ଏମ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜେନେରାଲ ମ୍ୟାନେଜର ବସନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri