ଗୁଜରାଟର ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଫୁଲ୍ଲ କୁମାର ଦାସଙ୍କ ପରଲୋକ

ଭୁବନେଶ୍ୱର,୮।୧ (ବ୍ୟୁରୋ): ୧୯୬୫ ବ୍ୟାଚ୍‌ର ଆଏଏସ୍‌ ଅଫିସର ତଥା ଗୁଜରାଟର ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ପ୍ରଫୁଲ୍ଲ କୁମାର ଦାସଙ୍କ ଶୁକ୍ରବାର ଗାନ୍ଧୀନଗରସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୮୨ବର୍ଷ ବୟସ ହୋଇଥିଲା। ଡ. ଦାସ ୧୯୪୧ମସିହା ଜୁନ୍‌ ୧୧ରେ ସୁନ୍ଦରଗଡ଼ ସହରରେ ଜନ୍ମଗ୍ରହଣକରିଥିଲେ। ସେ ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଥିଲେ। ତାଙ୍କ ପିତା ହେଉଛନ୍ତି ଜଣାଶୁଣା ଚିକିତ୍ସକ ସ୍ବର୍ଗତ ଡାକ୍ତର ନିରଞ୍ଜନ ଦାସ। ମୃତ୍ୟୁ ପୂର୍ବରୁ ଡ. ଦାସ ସୁନ୍ଦରଗଡ଼ ସହର ଅନ୍ତର୍ଗତ ମହାନ୍ତିପଡ଼ାସ୍ଥିତ ପୈତୃକ ଘରକୁ ଆସିବାକୁ ଚାହିଁଥିଲେ। ମାତ୍ର ତାହା ସମ୍ଭବ ହୋଇ ନ ଥିଲା। ସେ ଗୁଜରାଟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଥିବାବେଳେ ୧୯୯୯ ମହାବାତ୍ୟା କବଳିତ ଓଡିଶାକୁ ଗୁଜରାଟ ସରକାରଙ୍କ ପକ୍ଷରୁ ପର୍ଯ୍ୟାପ୍ତ ରିଲିଫ ଓ ଅନ୍ୟାନ୍ୟ ସହାୟତା ବ୍ୟବସ୍ଥା କରିଥିଲେ। ଏଥିସହ ସେ ୨୦୦୫-୦୬ ପର୍ଯ୍ୟନ୍ତ ଗୁଜରାଟର ପ୍ରଥମ ମୁଖ୍ୟ ସୂଚନା ଆୟୁକ୍ତ ଭାବେ କାର୍ଯ୍ୟ କରିଥିଲେ। ଡ. ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପ୍ରମୋଦ କୁମାର ମିଶ୍ର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ ବିଭିନ୍ନ ପଦପଦବୀ ଓ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ସଂସ୍ଥାଗତ ପାଣ୍ଠି ଯୋଗାଣ ଏବଂ ଶକ୍ତି କ୍ଷେତ୍ରରେ ତାଙ୍କର ସବିଶେଷ ଯୋଗଦାନ ରହିଥିଲା। ଗୁଜରାଟ ଇଲେକ୍ଟ୍ରିସିଟି ବୋର୍ଡ (ଜିଇବି)ରେ ତାଙ୍କ ସହ କାର୍ଯ୍ୟ କରିବାର ସମୟକୁ ଡ. ମିଶ୍ର ସ୍ମରଣ କରିବା ସହ ଦାସଙ୍କ ପରଲୋକ ତାଙ୍କ ପାଇଁ ବ୍ୟକ୍ତିଗତ ବଡ଼ କ୍ଷତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ଦୁଇବର୍ଷ ତଳେ ଡ. ଦାସଙ୍କ ସ୍ତ୍ରୀ ବିନ୍ଦୁଦେବୀଙ୍କ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri