Posted inଜାତୀୟ

ଭାଜପା ମୋଦିଙ୍କୁ ଭଗବାନ ବୋଲି କହୁଛି, ଏହା ଏକଛତ୍ରବାଦୀ ଶାସନ ବ୍ୟତୀତ ଆଉ କିଛି ନୁହେଁ: ଖର୍ଗେ

ଚିତ୍ରଦୁର୍ଗ,୮ ।୧: କର୍ନାଟକର ଚିତ୍ରଦୁର୍ଗରେ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସରକାରୀ ପଦବି ଖାଲି ରଖିଥିବା ଅଭିଯୋଗ କରି ମଲ୍ଲିକାର୍ଜୁନ ଖର୍ଗେ କହିଛନ୍ତି, ୩୦ ଲକ୍ଷ ସରକାରୀ ପଦବୀ ଖାଲି ରହିଛି, ପ୍ରଧାନମନ୍ତ୍ରୀ ମୋଦି ତାହାକୁ ପୂରଣ କରୁ ନାହାନ୍ତି, କାହିଁକି? ଆମେ ଏହା ପ୍ରଶ୍ନ କରିବା ଉଚିତ । ୧୫ ଲକ୍ଷ ଚାକିରି ଏସସି-ଏସଟିଙ୍କ ପାଇଁ ସଂରକ୍ଷିତ ରହିଛି, ଯଦି ଗରିବଙ୍କୁ ଏହାର ଲାଭ ମିଳନ୍ତା ତା’ପରେ ସେମାନେ କେନ୍ଦ୍ରକୁ ବାହାର କରିଦେବେ । ସେଥିପାଇଁ କେନ୍ଦ୍ର ସରକାର ଖାଲି ପଦକୁ ପୂରଣ କରୁ ନାହାନ୍ତି ।

ଚିତ୍ରଦୁର୍ଗରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଖର୍ଗେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । କଂଗ୍ରେସ ଅଧ୍ୟକ୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଭାଜପା ସଦସ୍ୟ ମୋଦିଙ୍କୁ ଭଗବାନ ବୋଲି କହୁଛନ୍ତି ଓ ତାଙ୍କୁ ଭଗବାନ ବୋଲି ମାନୁଛନ୍ତି । ଏହା ଏକଛତ୍ରବାଦୀ ଶାସନ ବ୍ୟତୀତ ଆଉ କିଛି ନୁହେଁ । ଏହାକୁ ଦୂର କରିବାର ଆବଶ୍ୟକତା ରହିଛି । ଖର୍ଗେ ଏହା ପୂର୍ବରୁ ଶୁକ୍ରବାର ରାମ ମନ୍ଦିରର ଉଦଘାଟନ ତାରିଖ ଘୋଷଣା କରିବାକୁ ନେଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ପ୍ରଶ୍ନ ଉଠାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri