Odisha Elections 2024

କୋଟିପତି ଅଧୀକ୍ଷଣ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର, ୯।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ଶନିବାରଠାରୁ ହୋଇଥିବା ଚଢ଼ାଉ ଓ ଯାଞ୍ଚରେ ବିଜୟାନନ୍ଦ ଏବଂ ତାଙ୍କ ପରିବାର ସଦସ୍ୟଙ୍କଠାରୁ ୩ କୋଟି ୧୩ ଲକ୍ଷ ୭୬ ହଜାର ୫୯୯ ଟଙ୍କାର ଆୟ ବହିର୍ଭୂତ୍ତ ସମ୍ପତ୍ତି ଠାବ କରାଯାଇଛି। ଏହା ବିଜୟାନନ୍ଦଙ୍କ ପ୍ରକୃତ ଆୟଠାରୁ ୨୨୧ ଶତକଡ଼ା ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ବିଜୟାନନ୍ଦ ଓ ତାଙ୍କ ସ୍ତ୍ରୀଙ୍କ ନାମରେ କଟକ ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୧/୨୦୨୩) ରୁଜୁ କରାଯାଇଛି। ଗିରଫ ପରେ କୋଟିପତି ଅଧିକାରୀ ବିଜୟାନନ୍ଦଙ୍କୁ ଢ଼େଙ୍କାନାଳ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ବିଜୟାନନ୍ଦଙ୍କ ନାଁରେ କିଛିଦିନ ହେଲା ମାଳମାଳ ଦୁର୍ନୀତି ଅଭିଯୋଗ ଆସିଥିଲା। ଢେଙ୍କାନାଳ ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ଶନିବାର ବିଜୟାନନ୍ଦଙ୍କ ଭୁବନେଶ୍ୱରସ୍ଥିତ ବାସଭବନ ସମେତ ଅନୁଗୋଳ ଓ ଢେଙ୍କାନାଳର ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଥିଲା। ଏଥିରେ ଭିଜିଲାନ୍ସର ୫ ଡିଏସ୍‌ପି, ୧୪ ଇନ୍ସପେକ୍ଟର ଓ ୨୮ ଜଣ କର୍ମଚାରୀ ସାମିଲ ଥିଲେ। ଯାଞ୍ଚବେଳେ ବିଜୟାନନ୍ଦଙ୍କ ୩ଟି କୋଠା, ୧୪ ପ୍ଲଟ୍‌ ସହ ନଗଦ ୧.୮୧ ଲକ୍ଷ ଟଙ୍କା, ୪୪ ଲକ୍ଷ ୮୪ ହଜାର ୪୮୫ ଟଙ୍କାର ବ୍ୟାଙ୍କ, ପୋଷ୍ଟାଲ ଓ ଇନ୍‌ସ୍ୟୁରାନ୍ସ ଜମା, ୨୩୭ ଗ୍ରାମ୍‌ ସୁନା, ଘରୋଇ ସାମଗ୍ରୀ, ଗୋଟିଏ କାର ଠାବ ହୋଇଥିଲା। ତେବେ ଏହି ମାମଲାରେ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri