ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ

କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରଥମେ ଖେଳପଡ଼ିଆରେ ପହଞ୍ଚତ୍ ମୁଖ୍ୟମନ୍ତ୍ରୀଙ୍କ ବସିବା ସ୍ଥାନ ପରଖିଥିଲେ। ଏହାପରେ ଷ୍ଟେଜ ନିକଟକୁ ଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଦାୟିତ୍ୱରେ ଥିବା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ଭବାନୀ ଶଙ୍କର ଚୟନୀ, କ୍ରୀଡ଼ା ସଚିବ ବିନିଲ କ୍ରିଷ୍ଣା, ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବ୍ୟବସ୍ଥା ବିଷୟରେ ସଚିବ ପାଣ୍ଡିଆନ୍‌ଙ୍କ ସହ ଆଲୋଚନା କରିଥିଲେ। କେବଳ ସ୍ବୀକୃତିପ୍ରାପ୍ତ ବ୍ୟକ୍ତିମାନେ ଯେପରି ଷ୍ଟେଜ ନିକଟକୁ ଆସିବେ ସେଥିପ୍ରତି ଗୁରୁତ୍ୱ ଦେବା ସହ ଆମନ୍ତ୍ରିତ ଅତିଥିମାନଙ୍କର କୌଣସି ଅସୁବିଧା ନ ହେଉ ବୋଲି ସେ କହିଥିଲେ। ଷ୍ଟାଡିୟମରୁ ବାହାରିବା ସମୟରେ ପାଣ୍ଡିଆନ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ, ମେୟର ସୁବାସ ସିଂ, ବିଧାୟକ ସୌଭିକ ବିଶ୍ୱାଳ, ଚନ୍ଦ୍ରସାରଥି ବେହେରା ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ। ହକି ପାଇଁ ସହରର ହୋଇଥିବା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକଙ୍କୁ ବେଶ୍‌ ପସନ୍ଦ ଆସୁଛି ବୋଲି ମେୟର ଓ ବିଧାୟକ ତାଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ପାଣ୍ଡିଆନ୍‌ କହିଥିଲେ, କଟକ ସହରକୁ ସୁନ୍ଦର ଭାବେ ସଜାଯାଇଛି। ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବେଶ୍‌ ଭଲ ଦେଖାଯାଉଛି ବୋଲି ସେ କହିଥିଲେ। ଏହି ଅବସରରେ ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, ଓସିଏ ସମ୍ପାଦକ ସଞ୍ଜୟ ବେହେରା, ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri