ଆମ୍ମାକୁଣ୍ଡରୁ ସଂଗ୍ରହ ହେଲା ଜଳ

ମାଲକାନଗିରି/ଖଇରପୁଟ/କୁଡୁମୁଲୁଗୁମ୍ମା,୧୦।୧(ଡି.ଏନ.ଏ.): କରୋନା ମହାମାରୀ ପାଇଁ ଗତ ଦୁଇବର୍ଷ ଧରି ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଏହି ମହୋତ୍ସବ ପାଇଁ ମାଲକାନଗିରି ଜିଲା ଉତ୍ସବ ମୁଖର ହୋଇଉଠିଛି। ସୋମବାର ମାଲ୍ୟବନ୍ତ ମହୋତ୍ସବ ଲାଗି ଖଇରପୁଟ ବ୍ଲକ ବଣ୍ଡାଘାଟିରେ ଥିବା ଆମ୍ମାକୁଣ୍ଡ ନଦୀରୁ ବିଧି ଅନୁଯାୟୀ ଜିଲାପାଳ ବିଶାଳ ସିଂଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ପବିତ୍ର ଜଳ ସଂଗ୍ରହ କରାଯାଇଥିଲା। ହଜାର ହଜାର ଆଦିବାସୀ ଯୁବତୀ ଯୁବକ ନିଜର ପାରମ୍ପରିକ ବେଶ ପୋଷାକରେ ସଜେଇ ହୋଇ ଏହାକୁ ସ୍ବାଗତ କରିଥିଲେ। ଶଙ୍ଖ, ହୁଳହୁଳି ଧ୍ୱନିରେ ସ୍ଥାନୀୟ ଅଞ୍ଚଳ ମୁଖରିତ ହୋଇ ଉଠିଥିଲା। ବାଦ୍ୟ ଓ ନୃତ୍ୟର ତାଳେ ତାଳେ ଆଦିବାସୀ ମହିଳା ପୁରୁଷ ଏକ ବିରାଟ ଶୋଭାଯାତ୍ରାରେ ଆମ୍ମାକୁଣ୍ଡ ନଦୀ ନିକଟସ୍ଥ ଦାମଳଦେଈ ମନ୍ଦିରଠାରୁ ବାହାରି ଖଇରପୁଟ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ପହଞ୍ଚତ୍ଥିଲେ। ସେଠାରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ପୂର୍ବତନ ବିଧାୟକ ଡମ୍ବରୁ ଶିଶା, ଆରକ୍ଷୀ ଅଧୀକ୍ଷକ ବଳଭଦ୍ର ଦୀପ, ଖଇରପୁଟ ପଞ୍ଚାୟତ ସମିତି ଅଧ୍ୟକ୍ଷ ବିଘ୍ନ କିର୍ସାନୀ, ଉପାଧ୍ୟକ୍ଷ ସାବିତ୍ରୀ ମୁଦୁଲି, ବିଡିଓ ହୃଦାନନ୍ଦ ସାହୁ, ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ବାଇଁ, ଖଇରପୁଟ ତହସିଲଦାର, ମୁଦୁଲିପଡା ଥାନା ଅଧିକାରୀଙ୍କ ସହ ଅନ୍ୟମାନେ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ବିଦ୍ୟାଳୟ ଖେଳପଡିଆରେ ଖଇରପୁଟ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ବିଭିନ୍ନ ପାରମ୍ପରିକ ସାଂସ୍କୃତିକ ନୃତ୍ୟ, ସଙ୍ଗୀତ ଦଳ ଓ ଛାତ୍ରୀଛାତ୍ରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସାଂସ୍କୃତିକ ନୃତ୍ୟ ମଧ୍ୟରେ ବଣ୍ଡା, କୋୟା, ଦିଦାୟୀ, ଦୁରୁଆ ନୃତ୍ୟ ବେଶ୍‌ ଆକର୍ଷଣୀୟ ଥିଲା। ଶୋଭାଯାତ୍ରା ମାଲକାନଗିରିରେ ପହଞ୍ଚତ୍ବା ପରେ ଜିଲା ସଦର ମହକୁମାସ୍ଥିତ ଭୈରବ ମନ୍ଦିରଠାରେ ପୌର ଅଧ୍ୟକ୍ଷ ମନୋଜ ବାରିକଙ୍କ ସହ ବହୁ ବୁଦ୍ଧିଜୀବୀ, ଛାତ୍ରୀଛାତ୍ର, ବିଭିନ୍ନ ବିଭାଗର ପଦାଧିକାରୀ, ସ୍ବୟଂସହାୟକ ଗୋଷ୍ଠୀ ମହିଳାମାନେ ଜଳ କଳସକୁ ସହର ପରିକ୍ରମା କରିଥିଲେ। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିରଠାରେ ପହଞ୍ଚତ୍ ପୂଜାର୍ଚ୍ଚନା ପରେ କଳସକୁ ପ୍ରତିଷ୍ଠା କରାଯାଇଛି ା ଏହି କଳସକୁ ଆସନ୍ତା ୧୫ ତାରିଖରେ ଏକ ଶୋଭାଯାତ୍ରାରେ ନିଆଯାଇ ମାଲ୍ୟବନ୍ତ ମଞ୍ଚରେ ପ୍ରତିଷ୍ଠା କରାଯିବ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାୟକ, ଉପ ଜିଲାପାଳ ଅକ୍ଷୟ ଖେମୁଣ୍ଡୁ, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ତ୍ରିନାଥ ମାଝି, ବିଡିଓ ଅଜୟ ପ୍ରଧାନ, ତହସିଲଦାର ଚନ୍ଦନ ଭୋଇ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଆସନ୍ତା ୧୫ରୁ ୧୯ ପର୍ଯ୍ୟନ୍ତ ଜିଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ ା ଖରିରପୁଟ ବିଡିଓ ସାହୁ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ଏହି ଅବସରେ ମଧ୍ୟ ବ୍ଲକସ୍ତରୀୟ ମାଲ୍ୟବନ୍ତ ଉତ୍ସବ ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri