୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯଇଛି। ୧୧ ତାରିଖ ଅପରାହ୍ନରେ କଟକ ବାରବାଟୀ ଷ୍ଟାଡିୟମରେ ହକି ବିଶ୍ୱକପ୍‌ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ଏଥିରେ ବଲିଉଡ କଳାକାର ରଣବୀର ସିଂ, ଦିଶା ପଟାନୀ, ଗାୟକ ପ୍ରୀତମ ପ୍ରମୁଖ ଯୋଗଦେବେ ବୋଲି କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ସିଧା ପ୍ରସାରଣ ଦେଖିବା ପାଇଁ ପୁରୀ ସମୁଦ୍ରକୂଳ ଭିକ୍ଟୋରିଆ ହୋଟେଲ ସମ୍ମୁଖରେ ‘ସିଟି ଫେଷ୍ଟ ଇନ୍‌ ଓଲିସ୍‌ ଲ୍ୟାଣ୍ଡ’ ନାମରେ ଏକ ବିରାଟ ଏଲ୍‌ଇଡି ଟିଭି ଲଗାଯାଇଛି। ଦର୍ଶକମାନେ ଦେଖିବା ଲାଗି ବ୍ୟବସ୍ଥା ହୋଇଛି। ଉକ୍ତ ସ୍ଥାନରେ ବିଶ୍ୱକପ୍‌ର ଏକ ପ୍ରତିକୃତି ସ୍ଥାପିତ ହୋଇଛି। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମ, ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା, ଫୁଡ୍‌ପାର୍କର ଆୟୋଜନ କରାଯାଇଛି। ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ସମସ୍ତ ମ୍ୟାଚର ସିଧା ପ୍ରସାରଣ କରାଯିବ। ମ୍ୟାଚ ବିରତି ସମୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ସେହିପରି ସମସ୍ତ ବ୍ଲକ, ଏନ୍‌ଏସି ଓ ପଞ୍ଚାୟତରେ ମଧ୍ୟ ଏଲ୍‌ଇଡି ଟିଭି ମାଧ୍ୟମରେ ଉଦଘାଟନ କାର୍ଯ୍ୟକ୍ରମ ଏବଂ ବିଶ୍ୱକପର ସମସ୍ତ ମ୍ୟାଚର ସିଧା ପ୍ରସାରଣ କରାଯିବ। ଏ ନେଇ ମଙ୍ଗଳବାର ଜିଲାପାଳ ବର୍ମା, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ, ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କୁମାର ପ୍ରଧାନ ପ୍ରମୁଖ ବେଳାଭୂମିକୁ ଯାଇ କ୍ଷେତ୍ର ପରିଦର୍ଶନ ସହ କାର୍ଯ୍ୟ ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri