ରାଉରକେଲାରୁ ସାଇକେଲ ରାଲିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର,୧୧ା୧(ବ୍ୟୁରୋ): ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡ଼େ ଏବେ ହକିକୁ ନେଇ ଚର୍ଚ୍ଚା ଚାଲିଛି। କଟକରୁ ଆରମ୍ଭକରି ସୁନ୍ଦରଗଡ଼ ସମେତ ଅନ୍ୟ ସବୁଆଡ଼େ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଅନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ ହକି ବିଶ୍ବକପ୍‌ ଆୟୋଜନ ହେଉଛି। ଏହାସହ ରାଉରକେଲାରେ ବିଶ୍ବର ବୃହତ୍ତମ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ମଧ୍ୟ ନିର୍ମାଣ କରାଯାଇଛି। ସେଠାରେ ବିଶ୍ବକପ୍‌ ହକିର ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ତେଣୁ ପୂରା ସୁନ୍ଦରଗଡ଼ ଜିଲାରେ ବିପୁଳ ଉତ୍ସାହ ଦେଖାଦେଇଛି। ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚଳିତ ଥର ବିଶ୍ବକପ୍‌ ଆୟୋଜନ କରାଯାଉଥିବାରୁ ସାରା ସୁନ୍ଦରଗଡ଼ ଉତ୍ସବମୁଖର ହୋଇଉଠିଛି। ସମସ୍ତେ ବିଶେଷ କରି ଯୁବସମାଜ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଦେଇଛି। ବିଶ୍ବକପ୍‌ ଆୟୋଜନ ପାଇଁ ଧନ୍ୟବାଦ ଜଣାଇବା ଲାଗି ମଙ୍ଗଳବାର ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସୁନ୍ଦରଗଡ଼ ଜିଲାର ପ୍ରାୟ ୧୫୦ଜଣ ସାଇକେଲ ଶୋଭାଯାତ୍ରାରେ ଆସି ଭୁବନେଶ୍ୱରଠାରେ ପହଞ୍ଚିବା ପରେ ସେମାନଙ୍କୁ ବିଧାୟକ ଏବଂ ମେୟର ସ୍ବାଗତ ଜଣାଇଛନ୍ତି। ଏହାସହ ସୁନ୍ଦରଗଡ଼ ଜିଲାରୁ ମଧ୍ୟ ଅନେକ ନେତା ଓ କର୍ମୀ ବାଜା ବଜାଇ ନାଚ ଗୀତ କରି ଆସି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ରାଉରକେଲାରେ ବିଶ୍ବକପ୍‌ର ସଫଳତା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। ସେହିପରି ବୁଧବାର କଟକରେ ହକି ବିଶ୍ବକପ୍‌ର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବ। ଐତିହ୍ୟ ସହର କଟକକୁ ବିଶ୍ବକପ୍‌ ହକି ଆୟୋଜନରେ ସିଧାସଳଖ ଯୋଡ଼ିଥିବାରୁ ପୂର୍ବତନ ବିଧାୟକ ତଥା କଟକ ନଗର ଶାନ୍ତି କମିଟିର ଅଧ୍ୟକ୍ଷ ପ୍ରଭାତ ତ୍ରିପାଠୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ବିଶ୍ବକପ୍‌ ହକି ଉଦ୍‌ଘାଟନୀ ସମାରୋହ ସଫଳ ଭାବେ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ କଟକ ସହରବାସୀଙ୍କ ସହଯୋଗ କାମନା କରିଛନ୍ତି। ସେମାନଙ୍କ ସହିତ ପୂର୍ବତନ ମନ୍ତ୍ରୀ ବିଧାୟକ ପ୍ରତାପ ଜେନା ଓ ରଘୁନାଥପଲ୍ଲୀ ବିଧାୟକ ସୁବ୍ରତ ତରାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ କଂସ ମହାରାଜ ହୃଷୀକେଶ ଭୋଇ ମଧ୍ୟ ନବୀନ ନିବାସ ଆସି ଓଡ଼ିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri