ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ ଏହି ରାସ୍ତାର ଚଉଡା ୩.୭୫ ମିଟର ଥିବାବେଳ ଏବେ ସମ୍ପ୍ରସାରଣ ପରେ ୫.୭୫ ମିଟର କରାଯିବ। ଏହି ରାସ୍ତାକୁ ସମ୍ପ୍ରସାରଣ କରିବା ପାଇଁ ଉଭୟ ପାର୍ଶ୍ୱକୁ ସଫା କରାଯିବା ସହ ଏଠାରେ ଥିବା ବହୁ ମୂଲ୍ୟବାନ ଗଛ କଟା ଯାଉଛି। ମାତ୍ର ଏ ସମ୍ପର୍କରେ ରାଜସ୍ବ ଓ ବନ ବିଭାଗ ଅଧିକାରୀ କିଛି ଜାଣି ନଥିବା କହିଛନ୍ତି। ଫଳରେ ସରକାରୀ ନିୟମ ଉଲ୍ଲଂଘନ ହେଉଛି। ଅପରପକ୍ଷେ କଟାଯାଉଥିବା ବଡ଼ବଡ ଗଛଗୁଡ଼ିକର ଗଣ୍ଡିକୁ ଦୁର୍ବୃତ୍ତମାନେ ନେଇଯାଉଛନ୍ତି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ମାତ୍ର ପ୍ରଶାସନ ପକ୍ଷରୁ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଫଳରେ ରାଜ୍ୟ ସରକାର ବହୁ ଟଙ୍କାର ରାଜସ୍ବ ହରାଉଛନ୍ତି।
ସମ୍ପ୍ରସାରଣ ସମୟରେ କଟାଯାଉଥିବା ଗଛ ସମ୍ପର୍କରେ ୨ ଜାନୁୟାରୀ ୨୦୨୩ରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିରରେ ପ୍ରଦୀପ୍ତ ସ୍ବାଇଁ ଅଭିଯୋଗ କରିଥିଲେ। ଏହାସତ୍ତ୍ୱେ ଏପର୍ଯ୍ୟନ୍ତ କୌଣସି କାର୍ଯାନୁଷ୍ଠାନ ନିଆଯାଇ ନାହିଁ। ପରିବେଶକୁ ସ୍ବଚ୍ଛ ରଖିବା ସହ ଖରାଦିନେ ରାସ୍ତାକୁ ଛାଇ ପ୍ରଦାନ କରିବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ରାସ୍ତା ପାର୍ଶ୍ୱରେ ଇଉକାଲିପଟାସ, ଆକାଶିଆ, ଶିଶୁ, ଶାଗୁଆନ ଆଦି ମୂଲ୍ୟବାନ ଗଛ ଲଗାଯାଇଥିଲା। ନିୟମାନୁସାରେ ଗଛ କାଟିବା ପୂର୍ବରୁ ରାସ୍ତାଟି ଯେଉଁ ବିଭାଗ ଅଧୀନରେ ରହିଛି, ଉକ୍ତ ବିଭାଗର ପ୍ରଶାସନିକ ଅଧିକାରୀ ରାଜସ୍ବ ବିଭାଗକୁ ଅବଗତ କରାଇବେ। ରାଜସ୍ବ ବିଭାଗ ଏ ସଂକ୍ରାନ୍ତରେ ନିକଟସ୍ଥ ବନ ବିଭାଗକୁ ଅବଗତ କରାଇବ। ଗଛ କଟାଯିବା ପରେ ୩ଟି ଯାକ ବିଭାଗଙ୍କ ଉପସ୍ଥିତିରେ ନିଲାମ କରାଯିବ। କିନ୍ତୁ ରାସ୍ତା ପାର୍ଶ୍ୱରୁ ଗଛ କଟା ସରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ରାଜସ୍ବ ବିଭାଗ କିମ୍ବା ବନ ବିଭାଗକୁ ଅବଗତ କରାଯାଇନାହିଁ। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅଭିଷେକ ସେଠୀଙ୍କୁ ପଚାରିବାରେ, ଅଭିଯୋଗ ପାଇବା ପରେ ବିଭାଗ ପକ୍ଷରୁ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଖୁବଶୀଘ୍ର ଏ ବିଷୟରେ ତହସିଲକୁ ଅବଗତ କରାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଏପ୍ରସଙ୍ଗରେ କୁଜଙ୍ଗ ବନାଞ୍ଚଳ ଅଧିକାରୀ ରଞ୍ଜନ ମିଶ୍ର କହିଛନ୍ତି, ଗଛ କଟାଯିବା ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ଚିଠି ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri