ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ତଳେ ରହିଛି। ଏହା ୧୭୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୨୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୪୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୧୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୨ ଥିଲା।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୦ ହଜାର ୩୮୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୭ ହଜାର ୩୨୨ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri