Posted inଖେଳ

ପ୍ରଥମ ଦିନରେ ୧୨ ଉଇକେଟ ପତନ

ଭୁବନେଶ୍ୱର,୧୧ା୧(ସ୍ପୋଟର୍‌ସ ବ୍ୟୁରୋ): ହିମାଚଳ ପ୍ରଦେଶର ଅଟଳ ବିହାରୀ ବାଜପେୟୀ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ରଣଜୀ ଟ୍ରଫି ମ୍ୟାଚ୍‌। ପ୍ରଥମ ଦିବସରେ ଦୁଇଟି ଅର୍ଦ୍ଧଶତକ ଦେଖିବାକୁ ମିଳିଥିବା ବେଳେ ୧୨ ଉଇକେଟର ପତନ ଘଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ୧୯୧ ରନରେ ଅଲଆଉଟ ହୋଇଥିବା ବେଳେ ଷ୍ଟମ୍ପ ଅପସାରଣ ସୁଦ୍ଧା ହିମାଚଳ ୨ ଉଇକେଟରେ ୯୧ ରନ୍‌ ସଂଗ୍ରହ କରିଛି। ଓଡ଼ିଶା ପକ୍ଷରୁ ଗତ ମ୍ୟାଚର ଦ୍ୱିଶତକ ହାସଲକାରୀ ଶାନ୍ତନୁ ମିଶ୍ର ସର୍ବାଧିକ ୫୨ ରନ୍‌ କରିଥିଲେ। ପ୍ରଥମ ଘଣ୍ଟାରେ କୁହୁଡିଆ ପରିବେଶର ଫାଇଦା ଉଠାଇଥିଲେ ହିମାଚଳ ବୋଲର। ଓଡ଼ିଶା ମାତ୍ର ୪୬ ରନରେ ୩ ଉଇକେଟ ହରାଇଥିଲା। ଶାନ୍ତନୁଙ୍କ ବ୍ୟତୀତ କାର୍ତ୍ତିକ ବିଶ୍ୱାଳ(୨୨), ପ୍ରୟାସ ସିଂ(୩୯), ସୂର୍ଯ୍ୟକାନ୍ତ ପ୍ରଧାନ(୧୬) ଓ ବସନ୍ତ ମହାନ୍ତି(୧୪) କେବଳ ଦୁଇ ଅଙ୍କରେ ପହଞ୍ଚିଥିଲେ। ହିମାଚଳ ପକ୍ଷରୁ ବୈଭବ ଅରୋରା ୫ ଉଇକେଟ ନେଇଥିବା ବେଳେ ରିଷି ଧାଓ୍ବନ ଓ କଓ୍ବଁର ଅଭିନୟ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ହିମାଚଳ ୨ ଉଇକେଟରେ ୯୧ ରନ୍‌ କରିଛି। ଓପନର ପ୍ରଶାନ୍ତ ଚୋପ୍ରା ୬୭ ରନରେ ବ୍ୟାଟିଂ କରୁଛନ୍ତି। ଓଡ଼ିଶା ପକ୍ଷରୁ ବସନ୍ତ ମହାନ୍ତି ଓ ସୂର୍ଯ୍ୟକାନ୍ତ ପ୍ରଧାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ସଂକ୍ଷିପ୍ତ ସ୍କୋର
ଓଡ଼ିଶା ପ୍ରଥମ ଇନିଂସ- ୫୦ ଓଭରରେ ୧୯୧/୧୦ (ଶାନ୍ତନୁ ମିଶ୍ର-୫୨, ପ୍ରୟାସ ସିଂ-୩୯, କାର୍ତ୍ତିକ ବିଶ୍ୱାଳ-୨୨, ବୈଭବ ଅରୋରା-୫/୫୧, ରିଷି ଧାଓ୍ବନ-୨/୪୪, କଓ୍ବଁର ଅଭିନୟ-୨/୩୯)। ହିମାଚଳ ପ୍ରଦେଶ ପ୍ରଥମ ଇନିଂସ- ୩୧ ଓଭରରେ ୯୧/୨ (ପ୍ରଶାନ୍ତ ଚୋପ୍ରା-୬୭*, ରାଘବ ଧାଓ୍ବନ-୨୭, ବସନ୍ତ ମହାନ୍ତି-୧/୨୨, ସୂର୍ଯ୍ୟକାନ୍ତ ପ୍ରଧାନ-୧/୩୨)।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri