ଅଂଶଗ୍ରହଣ କରିବେ ୪୨ପରେଡ୍‌ ଦଳ

ସୋନପୁର,୧୧।୧(ନି.ପ୍ର): ସୁବର୍ଣ୍ଣପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସକାଶେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଚଳିତ ବର୍ଷ ଉତ୍ସବରେ ୪୨ଟି ପରେଡ ଦଳ ଅଂଶଗ୍ରହଣ କରିବାକୁ ଥିବା କହିଥିଲେ। ରାମେଶ୍ୱରସ୍ଥିତ ମିନି ଷ୍ଟାଡିୟମରେ ସକାଳ ୮ଟା ୩୦ରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଥିଲେ। ବିଦ୍ୟାପତି ପଣ୍ଡା ଜିଲାସ୍ତରୀୟ କାର୍ଯ୍ୟକ୍ରମ ସମ୍ପର୍କରେ ବିଶେଷ ସୂଚନା ଦେଇଥିଲେ। ସନ୍ଧ୍ୟାରେ ନୂତନ ଟାଉନ ହଲରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବ। ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ବିଭିନ୍ନ ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଏସ୍‌ପି ଅମରେଶ କୁମାର ପଣ୍ଡା ପୋଲିସ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ, ନିଶି ପୁନମ ମିଞ୍ଜ୍‌, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ସୋନପୁର ଉପଜିଲାପାଳ ଡ. ଇପ୍‌ସିତା ପ୍ରିୟଦର୍ଶନୀ ମିଶ୍ର, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଞ୍ଜନ ପତି, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ସହକାରୀ ବନ ସଂରକ୍ଷକ ପ୍ରଫୁଲ୍ଲ ଧରୁଆ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତ, ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବିଭୁପ୍ରସାଦ ପଣ୍ଡା, ଜିଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା, ଜିଲା ମୁଖ୍ୟ କୃଷି ଅଧିକାରୀ ଗୌରିଶଙ୍କର ସିଂ, ଗତିକୃଷ୍ଣ ମିଶ୍ର, ଅକ୍ଷୟ ସାହୁ, ରମେଶ ମିଶ୍ର, ଗୋବିନ୍ଦ ମହାରଣା, କଇରୁ ସ୍ବାଇଁ, ଜ୍ୟୋତିରଞ୍ଜନ ପଟ୍ଟନାୟକ, ପ୍ରଦ୍ୟୁମ୍ନ ସାହୁ, ମୀନା ମହାରଣା ଓ ମଧୁସୂଦନ ପ୍ରଧାନ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri