୨୫% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୧: ଗତ ମାସ ଭଳି ଚଳିତ ମାସରେ ମଧ୍ୟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବୃଦ୍ଧି ପାଇଛି। ଏପରିକି ଚଳିତ ବର୍ଷ ଜାନୁୟାରୀ ୧୦ ତାରିଖ ମଧ୍ୟରେ ପ୍ରାୟ ୧୫ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ଆଦାୟ କରାଯାଇଛି। ବିଶେଷ କରି ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ପ୍ରାୟ ୨୫% (୨୪.୫୮%) ବୃଦ୍ଧି ଘଟିଥିବା କେନ୍ଦ୍ରୀୟ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ପକ୍ଷରୁ ବୁଧବାର ବିସ୍ତୃତ ସୂଚନା ଦିଆଯାଇଛି। ଏତଦ୍‌ବ୍ୟତୀତ ଦେଶରେ ନେଟ୍‌ ପ୍ରତ୍ୟକ୍ଷ ଟିକସ ବାବଦକୁ ୧୨.୩୧ ଲକ୍ଷ କୋଟି ଟଙ୍କା ସଂଗ୍ରହ ହୋଇଥିବା ଜଣାପଡିଛି, ଯାହାକି ଗତବର୍ଷ ସମାନ ଅବଧି ତୁଳନାରେ ଏହା ୧୯.୫୫% ଅଧିକ ରହିଛି ବୋଲି ସିବିଡିଟି ପକ୍ଷରୁ କୁହାଯାଇଛି।

ସେହିଭଳି ଚଳିତ ଆର୍ଥିକ ବର୍ଷ ପାଇଁ ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ମୋଟ ବଜେଟ ଆକଳନରୁ ନେଟ୍‌ ସଂଗ୍ରହ ୮୬.୬୮% ଏବଂ ବଜେଟରେ ଏହି ଆର୍ଥିକ ବର୍ଷରେ ୧୪.୨୦ ଲକ୍ଷ କୋଟି ଟଙ୍କା ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହେବ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆକଳନ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ କର୍ପୋରେଟ ଟିକସ ବାବଦକୁ ୧୯.୭୨% ବୃଦ୍ଧି ପାଇଥିବାବେଳେ ବ୍ୟକ୍ତିଗତ ଆୟକର ଟ୍ୟାକ୍ସ ସଂଗ୍ରହରେ ୩୦.୪୬% ବୃଦ୍ଧି ଘଟିଛି। ସେହିପରି ଚଳିତ ବର୍ଷ ଜାନୁୟାରୀ ୧୦ ମଧ୍ୟରେ ଦେଶର ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ୧୪.୭୧ ଲକ୍ଷ କୋଟି ଟଙ୍କା ରହିଛି, ଯାହାକି ମୋଟ ସଂଗ୍ରହଠାରୁ ୨୪.୫୮% ଅଧିକ ବୋଲି ସିବିଟିଡି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri