ଫେବୃୟାରୀ ୨୩ରେ ୫ମ ଓଟିସି

ଭୁବନେଶ୍ୱର,୧୨।୧: ରାଜ୍ୟର ପ୍ରମୁଖ ଘରୋଇ ଶିଳ୍ପ ସଂଘ ‘ହୋଟେଲ ଏବଂ ରେଷ୍ଟରାଣ୍ଟ ଆସୋସିଏଶନ ଓଡ଼ିଶା (ହାରୋ) ପକ୍ଷରୁ ଚଳିତ ବର୍ଷ ଫେବୃୟାରୀ ୨୩ରେ ଓଡ଼ିଶା ଟୁରିଜମ୍‌ କନ୍‌କ୍ଲେଭ (ଓଟିସି)ର ୫ମ ସଂସ୍କରଣ ଆୟୋଜନ କରିବାକୁ ଯାଉଛି। ଏପରିକି ଚଳିତ ବର୍ଷ ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ ହୋଟେଲ ପରିସରରେ ଏହାର ଆୟୋଜନ କରାଯାଉଛି ବୋଲି ହାରୋ ପକ୍ଷରୁ କୁହାଯାଇଛି।

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଏବଂ ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବଙ୍କ ସମେତ ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ସେହିଭଳି ଉକ୍ତ କନ୍‌କ୍ଲେଭରେ ହସ୍ପିଟାଲଟି ଏବଂ ଟୁରିଜମ୍‌ ଶିଳ୍ପ ସହ ଜଡ଼ିତ ବିଶେଷଜ୍ଞ, ଟ୍ରାଭେଲ ଏଜେଣ୍ଟ, ଟୁର୍‌ ଅପରେଟର, ଅନ୍ତଃରାଷ୍ଟ୍ରୀୟ ବିମାନ କମ୍ପାନୀ, ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ମଧ୍ୟ ଏଥିରେ ଯୋଗଦେଇ ଓଡ଼ିଶା ପର୍ଯ୍ୟଟନକୁ ପରବର୍ତ୍ତୀ ସ୍ତରକୁ ପହଞ୍ଚାଇବା ପାଇଁ ନିଜ ନିଜର ମୂଲ୍ୟବାନ୍‌ ମତାମତ ପ୍ରଦାନ କରିବେ। ଗତ ୪ବର୍ଷ ଧରି ଓଡ଼ିଶା ଟୁରିଜମ୍‌ କନ୍‌କ୍ଲେଭ୍‌କୁ ବିପୁଳ ସମର୍ଥନ ପ୍ରଦାନ କରୁଥିବାରୁ ରାଜ୍ୟ ପର୍ଯ୍ୟଟନ ବିଭାଗକୁ ଓଡ଼ିଶା ହୋଟେଲ ଏବଂ ରେଷ୍ଟୁରାଣ୍ଟ ସଂଘ ଅଧ୍ୟକ୍ଷ ତଥା ଆଇଏଟିଓ ଇଷ୍ଟର୍ନ ରିଜିୟନ ଅଧ୍ୟକ୍ଷ ଜେ.ଜେ. ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ଅପରପକ୍ଷରେ ଉକ୍ତ ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ବଳ ଦେବା ସହ ଶିଳ୍ପ ଅଂଶୀଦାରମାନେ ଗୋଟିଏ ମଞ୍ଚରେ ଏକାଠି ହୋଇ ଶିଳ୍ପ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବେ ବୋଲି ମହାନ୍ତି ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri