Posted inଜାତୀୟ

ସ୍ବାମୀ ବିବେକାନନ୍ଦଙ୍କ ଆଦର୍ଶ ଦେଶବାସୀଙ୍କୁ ସର୍ବଦା କରିବ ମାର୍ଗଦର୍ଶନ: ମୋଦି

ନୂଆଦିଲ୍ଲୀ,୧୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କର ଚିନ୍ତାଧାରା ଏବଂ ଆଦର୍ଶ ଦେଶବାସୀଙ୍କୁ ସର୍ବଦା ମାର୍ଗଦର୍ଶନ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଜନ୍ମ ବାର୍ଷିକୀରେ ସ୍ବାମୀ ବିବେକାନନ୍ଦଙ୍କ ପ୍ରତି ସାଦର ପ୍ରଣାମ। ତାଙ୍କ ଜୀବନ ସର୍ବଦା ଦେଶପ୍ରେମ, ଆଧ୍ୟାତ୍ମିକତା ଏବଂ ପରିଶ୍ରମକୁ ପ୍ରେରଣା ଯୋଗାଇଥାଏ। ତାଙ୍କର ମହାନ ଚିନ୍ତାଧାରା ଏବଂ ଆଦର୍ଶ ଦେଶବାସୀଙ୍କୁ ମାର୍ଗଦର୍ଶନ ଜାରି ରଖିବ।
ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀ ଜାତୀୟ ଯୁବ ଦିବସ ଭାବରେ ପାଳନ କରାଯାଏ। ପ୍ରଧାନମନ୍ତ୍ରୀ ମୋଦି ଦିନ ପ୍ରାୟ ୪ଟା ସମୟରେ କର୍ନାଟକର ହୁବଲିରେ ୨୬ତମ ଜାତୀୟ ଯୁବ ମହୋତ୍ସବ ଉଦଘାଟନ କରିବେ। ଏହି ବର୍ଷ ଉତ୍ସବର ବିଷୟବସ୍ତୁ ହେଉଛି ବିକାଶଶୀଳ ଯୁବ-ବିକଶିତ ଭାରତ। ଜାତୀୟ ଯୁବ ଦିବସରେ ଏହି କାର୍ଯ୍ୟକ୍ରମ ଆୟୋଜିତ କରାଯାଏ। ବିବେକାନନ୍ଦଙ୍କ ବିବେକ, ଶିକ୍ଷା ଏବଂ ଅବଦାନକୁ ସ୍ମରଣ କରିବା ପାଇଁ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀରେ ପାଳନ କରାଯାଏ। ଦେଶର ଦକ୍ଷ ଯୁବକମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ରାଷ୍ଟ୍ର ନିର୍ମାଣ ଦିଗରେ ପ୍ରେରଣା ଦେବା ଏହି ଉତ୍ସବର ମୂଳ ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri