୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ ବଦଳି କରାଯାଇଛି। ସେହିପରି ବାଲେଶ୍ୱରସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଏବଂ ହସ୍ପିଟାଲର ଆନାସ୍ଥେସିଆଲୋଜି ବିଭାଗର ପ୍ରଫେସର ଡ. ତରଙ୍ଗିଣୀ ଦାସଙ୍କୁ କଟକ ଏସ୍‌ସିବି ମେଡିକାଲ କଲେଜ, କେନ୍ଦୁଝର ସରକାରୀ ମେଡିକାଲ କଲେଜର ଅପଥାଲ୍‌ମୋଲୋଜି ବିଭାଗ ପ୍ରଫେସର ଶୁଭବ୍ରତ ପରିଡାଙ୍କୁ କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ଏଫ୍‌ଏମ୍‌ଟି ବିଭାଗ ସହକାରୀ ପ୍ରଫେସର ଡ. ମନୋଜ କୁମାର ହାଂସଦାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ କୋରାପୁଟକୁ ବଦଳି କରାଯାଇଛି। ଫକୀର ମୋହନ ମେଡିକାଲ କଲେଜର ପାଥୋଲୋଜି ବିଭାଗ ସହକାରୀ ପ୍ରଫେସର ଡ. ଚନ୍ଦ୍ରଶେଖର ମହାପାତ୍ରଙ୍କୁ କଟକ ଏସ୍‌ସିବି, ବାରିପଦାର କମ୍ୟୁନିଟି ମେଡିସିନ୍‌ ପ୍ରଫେସର ଡ. କ୍ରିଷ୍ଣା କରଙ୍କୁ କଟକ ଏସ୍‌ବିବି ମେଡିକାଲ କଲେଜ, ଏସ୍‌ସିବି ମେଡିକାଲର ଜର୍ମାଟୋଲୋଜି ବିଭାଗ ସହକାରୀ ପ୍ରଫେସର ଡ. ସ୍ବପ୍ନା ଜେନାଙ୍କୁ କଳାହାଣ୍ଡି ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri