ହାତ ତିଆରି ଜିନିଷର ଠିକ୍‌ ମୂଲ୍ୟାୟନ ମେଳାର ଲକ୍ଷ୍ୟ

ବାସୁଦେବପୁର,୧୩।୧(ଡି.ଏନ.ଏ.): ବାସୁଦେବପୁର ନୀଳମଣି ଟାଉନ ହଲ ପରିସରରେ ବାସୁଦେବପୁର ପୌରପାଳିକା ଆନୁକୂଲ୍ୟରେ ଶୁକ୍ରବାର ପଲ୍ଲିଶ୍ରୀ ମେଳାର ଶୁଭାରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଗଠନ ଓ ମହିଳାଙ୍କୁ ଆର୍ଥିକ ସ୍ବାବଲମ୍ବୀ କରିବାରେ ରାଜ୍ୟ ସରକାର ଦେଶରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏପରି କି ମହିଳାମାନେ ନିଜ ଉଦ୍ୟମ ଓ ଦକ୍ଷତାରେ ହାତ ତିଆରି ଜିନିଷର ଠିକ ମୂଲ୍ୟାୟନ ମେଳାର ମୂଳ ଲକ୍ଷ୍ୟ ବୋଲି ବିଧାୟକ କହିଛନ୍ତି।

ଅନ୍ୟତମ ଅତିଥି ଭାବେ ପୌରାଧ୍ୟକ୍ଷା ନିବେଦିତା ବେହେରା, ତୃପ୍ତି ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଅଳକାନନ୍ଦା ପାଣିଗ୍ରାହୀ, ୧୨ ନମ୍ବର ୱାର୍ଡ କାଉନ୍‌ସିଲର ଜୟନ୍ତୀ ସାହୁ ପ୍ରମୁଖ ମଞ୍ଚାସୀନ ହୋଇ ମେଳାର ମୁଖ୍ୟ ଉଦ୍ଦେଶ୍ୟ ଉପରେ ମତ ରଖିଥିଲେ। ପୌର ନିର୍ବାହୀ ଅଧିକାରୀ ମାନସ କୁମାର ଦଣ୍ଡପାଟ ସ୍ବାଗତ ଭାଷଣ ଦେବାସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଧାୟକଙ୍କ ପ୍ରତିନିଧି ଅସିତ ଦାଶ, ପୂର୍ବତନ କାଉନ୍‌ସିଲର ମାନସ ରଞ୍ଜନ ସାହୁ, ସାମାଜିକକର୍ମୀ ଶୁଭେନ୍ଦୁ ଭୂଷଣ ବେହେରା ପ୍ରମୁଖ ପଲ୍ଲିଶ୍ରୀ ମେଳାରେ ପ୍ରଦର୍ଶିତ ସାମଗ୍ରୀ ଓ ଷ୍ଟଲ ବୁଲି ଦେଖିଥିଲେ। ମେଳାରେ ୩୦ରୁ ଊର୍ଦ୍ଧ୍ୱ ଗୋଷ୍ଠୀ ଏଥିରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri