ଜାରିଆ ଜଙ୍ଗଲରୁ ମିଳିଲା ଖପୁରି, କଙ୍କାଳ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରି, କଙ୍କାଳ ଉଦ୍ଧାର ହୋଇଛି। କଙ୍କାଳ ସହିତ ମାଟିରେ ପୋତି ହୋଇଥିବା ଏକ ଧଳା ରଙ୍ଗର ଶାର୍ଟ ଦେଖି ତାହା ନନ୍ଦ ବେହେରାଙ୍କର ବୋଲି ପୁତୁରା ରାମଚନ୍ଦ୍ର ବେହେରା ଚିହ୍ନଟ କରିଛନ୍ତି। ତେବେ ଅଧିକ ପ୍ରମାଣ ପାଇଁ ବାଙ୍କୀ ଥାନା ପୋଲିସ ଜବତ କରିଥିବା କଙ୍କାଳକୁ ଅଧିକ ପରୀକ୍ଷା ନିରୀକ୍ଷା ପାଇଁ କଟକ ଏସ୍‌ସିବିକୁ ପଠାଯାଇଛି ବୋଲି ଥାନା ଅଧିକାରୀ ସୌମେନ୍ଦୁ ଶେଖର ତ୍ରିପାଠୀ କହିଛନ୍ତି। ହାଡ଼ଗୁଡ଼ିକର ଡିଏନ୍‌ଏ ପରୀକ୍ଷା ମଧ୍ୟ କରାଯିବ ବୋଲି ମାଜିଷ୍ଟ୍ରେଟ ଡ୍ୟୁଟିରେ ଯାଇଥିବା ଡମପଡ଼ା ତହସିଲଦାର କ୍ଷୀତିଶ ବେହେରା ପ୍ରକାଶ କରିଛନ୍ତି।
ଗୁରୁବାର ଡମପଡ଼ା ଅଭୟାରଣ୍ୟରେ ବନ ବିଭାଗର ଟିମ୍‌ ପାଟ୍ରୋଲିଂ କରୁଥିବାବେଳେ ଏକ ମଣିଷ ଖପୁରି ସହିତ କଙ୍କାଳ ଦେଖିବାକୁ ପାଇଥିଲା। ବନ କର୍ମଚାରୀମାନେ ଡମପଡ଼ା ରେଞ୍ଜର ବିରାଜ ଦାସଙ୍କ ସହିତ ସ୍ଥାନୀୟ ପୋଲିସ ଫାଣ୍ଡିରେ ଖବର ଦେଇଥିଲେ। ଶୁକ୍ରବାର ବାଙ୍କୀ ଥାନା ଅଧିକାରୀ, ଡମପଡ଼ା ତହସିଲଦାର ଏବଂ ସାଇଣ୍ଟିଫିକ ଟିମ୍‌ କଙ୍କାଳ ପଡ଼ିଥିବା ସ୍ଥାନକୁ ଯାଇଥିଲେ। ଘଟଣାସ୍ଥଳରୁ ସମସ୍ତ ହାଡ଼ ଓ ଖପୁରିକୁ ଜବତ କରିବା ସହିତ ଅନ୍ୟାନ୍ୟ ନମୁନା ମଧ୍ୟ ସଂଗ୍ରହ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟରେ ନନ୍ଦ ବେହେରାଙ୍କ ଗାଡ଼ି ଜଙ୍ଗଲରୁ ମିଳିଥିଲା। ସେବେଠାରୁ ସେ ନିଖୋଜ ଅଛନ୍ତି। କିଛିଦିନ ବନ ବିଭାଗ ଓ ପୋଲିସ ନନ୍ଦଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନ ଥିଲେ। ନନ୍ଦଙ୍କୁ ଅଜଗର ସାପ ଗିଳିଦେଇଥିବା ଚର୍ଚ୍ଚା ହୋଇଥିଲା। ତେବେ ସ୍ନେକ ହେଲ୍ପ ଲାଇନ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ଅଜଗର ମଣିଷକୁ ଗିଳିବା ଘଟଣାକୁ ଏକ ଗୁଜବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri