୨୦୨୪ ନିର୍ବାଚନ ପାଇଁ ଗୁରୁମନ୍ତ୍ର

ଆରଡ଼ି,୧୪।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ିର ଏକ କଲ୍ୟାଣ ମଣ୍ଡପରେ ଭାଜପା ଆଖଣ୍ଡଳମଣି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି କିଶୋର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଭାଜପା ରାଜ୍ୟ ସଭାପତି ତଥା ମଣ୍ଡଳ ପ୍ରବାସ ଯୋଜନା ପ୍ରଭାରୀ ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ଜିଲା ସଭାପତି ହେମନ୍ତ ପାଢ଼ୀ, ଲୋକ ସଭା ପ୍ରଭାରୀ ଚନ୍ଦ୍ରଶେଖର ନନ୍ଦ, ଲୋକ ସଭା ବିସ୍ତାରକ ଆର୍ତ୍ତତ୍ରାଣ ପୃଷ୍ଟି, ଭାଜପା ନେତା ଠାକୁର ରଞ୍ଜିତ ଦାସ, କମଳାକାନ୍ତ ସୁତାର, ଜଗବନ୍ଧୁ ଦାସ ପ୍ରମୁଖ ଯୋଗଦେଇ ସଶକ୍ତ ବୁଥ୍‌ ଓ ସକ୍ରିୟ ମଣ୍ଡଳ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ୨୦୨୪ ନିର୍ବାଚନରେ ଭଦ୍ରକ ଲୋକ ସଭା ଓ ଚାନ୍ଦବାଲି ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀଙ୍କୁ ଜିତାଇବା ଲାଗି ଉପସ୍ଥିତ ୬୧ଜଣ ସକ୍ରିୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଭାଜପା ମଣ୍ଡଳ ସମ୍ପାଦକ ସ୍ବଦେଶ ପଣ୍ଡା, ମୀନକେତନ ବିଶ୍ୱାଳ, ସୁରେଶ ସାହୁ, ସଦାନନ୍ଦ ମଲିକ, ଶରତ ବେହୁରିଆ, ନରେଶ ସେଠୀ, ଚନ୍ଦ୍ରକାନ୍ତ ନାୟକ, ସୁରେଶ ମହାଳିକ, ଅକ୍ଷୟ ବିଶ୍ବାଳ, ସନ୍ଦିପ ନାୟକ ପ୍ରମୁଖ ଭାଜପା ସଙ୍ଗଠନକୁ ସୁଦୃଢ଼ କରିବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ଜୀବନାନନ୍ଦ ପାଢୀ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri