ଆଇଇଡି ବୋମା ବିସ୍ଫୋରଣରେ ଏଏସ୍‌ଆଇ ଗୁରୁତର

ମାଲକାନଗିରି, ୧୫।୧(ଡି.ଏନ.ଏ.):  ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ପୋଲିସ ଏଏସ୍‌ଆଇ ମହମ୍ମଦ ଅସଲମ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ରାୟପୁର ପଠାଯାଇଛି। ଖବରରୁ ଜଣାପଡିଛି, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ପେଗଡାପଲ୍ଲି ସ୍ଥିତ ସିଆର୍‌ପିଏଫ୍‌ କ୍ୟାମ୍ପଠାରୁ କିଛି ଦୂରରେ ଥିବା ବିଜାପୁର-ସୁକ୍‌ମା ରାସ୍ତାରେ ମାଓବାଦୀମାନେ ଏକ ଆଇଇଡି ବୋମା ଖଞ୍ଜିଥିଲେ। ଶନିବାର ଯବାନମାନେ କୋମ୍ବିଂ ଅପରେଶନରେ ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇଥିଲା। ଏଥିରେ ଏଏସ୍‌ଆଇ ଅସଲମ ଗୁରୁତର ହୋଇଥିଲେ। ତାଙ୍କୁ ନିକଟସ୍ଥ ବାସାଗୁଡା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ପୋଲିସ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri