ଉଭେଇଗଲା ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି ସୂଚନା ନାହିଁ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମାର୍ଚ୍ଚ, ଏପ୍ରିଲରେ ଅସମ୍ଭାଳ ତାତି ହେବା ନେଇ ପାଣିପାଗ ବିଶେଷଜ୍ଞ ଆଶଙ୍କା କଲେଣି। ଚଳିତ ବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରେ ଦୁଇ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଶୀତ ଲହରି ନେଇ ସତର୍କ କରାଯାଇଥିଲା। ଏହାର ପରଠାରୁ ତାତି ବଢ଼ିବା ଆରମ୍ଭ କରିଛି। ଜଳବାୟୁ ପରିବର୍ତ୍ତନ ଶୀତ ଉପରେ ପ୍ରଭାବ ପକାଇଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି। ଚଳିତ ବର୍ଷ ରାଜ୍ୟକୁ ପଶ୍ଚିମାବାୟୁ ପ୍ରବାହ ନ ହେବାରୁ ଶୀତ ବଢ଼ିଲା ନାହିଁ। ଏଥିସହିତ ନଭେମ୍ବରରୁ ଜାନୁୟାରୀ ୧୫ ଯାଏ ରାଜ୍ୟରେ ବର୍ଷାର ନାଁଗନ୍ଧ ନାହିଁ। ଏହି ସମୟରେ ହାଲୁକା ବର୍ଷା ସାଙ୍ଗକୁ ଉତ୍ତର ଦିଗରୁ ଥଣ୍ଡା ବାୟୁ ରାଜ୍ୟକୁ ବହିଥାଏ। ଫଳରେ ଶୀତ ବଢ଼ିଥାଏ। କେବଳ ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ ପ୍ରଭାବ ଯୋଗୁ ତାମିଲନାଡୁ ଉପକୂଳରେ ମଧ୍ୟ ଆଶାନୁରୂପ ଲଘଚାପ ସୃଷ୍ଟି ହୋଇ ନାହିଁ। ବିଗତ ବର୍ଷଗୁଡ଼ିକରେ ଉପକୂଳରେ ୪ରୁ ୫ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବା ବେଳେ ଚଳିତ ବର୍ଷ ଡିସେମ୍ବରରେ ମାତ୍ର ଗୋଟିଏ ଲଘୁଚାପ ହୋଇଛି। ଗତ ୩ ମାସ ହେବ ବର୍ଷା ନ ଥିବାରୁ ବାୟୁମଣ୍ଡଳରେ ଧୂଳିକଣା ପୂର୍ଣ୍ଣ ହୋଇ ରହିବାରୁ ଭୂପୃଷ୍ଠର ତାତି ବିକିରଣ ହୋଇପାରୁ ନାହିଁ। ଏସବୁ କାରଣ ଶୀତ କମିବା ପାଇଁ ଦାୟୀ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ତଥା ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି।
ଅନ୍ୟପକ୍ଷରେ ଶନିବାର ରାଜ୍ୟର ସବୁ ସ୍ଥାନରେ ପାରଦ ଉପରମୁହାଁ ରହିଛି। କେବଳ କୋରାପୁଟରେ ୭.୫ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୮.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ସ୍ଥାନରେ ପାରଦ ୧୦ରୁ ୨୧ ଡିଗ୍ରୀ ମଧ୍ୟରେ ରହିଛି। ସେହିପରି ଦିନର ସର୍ବୋଚ୍ଚ ତାପମାତ୍ରା ସୋନପୁରରେ ୩୨.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବରଗଡ଼ ଓ ଭବାନୀପାଟଣାରେ ୩୨ ଡିଗ୍ରୀ ସେଲ୍‌ସିୟସ ରହିଛି। ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ ଆଦି ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri