Posted inଜାତୀୟ

ଆସାମ ମୁଖ୍ୟମନ୍ତ୍ରୀଙ୍କ ନୂଆ ରୂପ

ଗୁଆହାଟି,୧୬ ।୧: ନିଜ ବୟାନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରହୁଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ବୟାନ ପାଇଁ ନୁହେଁ ଅନ୍ୟ କାରଣ ପାଇଁ ସେ ଚର୍ଚ୍ଚାକୁ ଆସିଛନ୍ତି । ସୋସିଆଲ ମିଡିଆରେ ସେ ଏକ ଭିଡିଓ ଶେୟାର କରିବା ପରେ ସମସ୍ତେ ଏହାକୁ ଖୁବ୍ ପସନ୍ଦ କରିଛନ୍ତି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ରବିବାର ଗୁଆହାଟି ଚିଡିଆଖାନା ବୁଲିବାକୁ ଯାଇଥିଲେ । ସେଠାକୁ ସେ ଏକାଏକା ଗାଡି ଚଳାଇ ଯିବା ସହ ସେଠାରେ ଚାଲିଥିବା କାମର ସମିକ୍ଷା କରିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି କି ଚିଡିଆଖାନାକୁ ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳରେ ପରିବର୍ତ୍ତନ କରାଯିବ ।
ଏହି ସମୟରେ ସେ ଚିଡିଆଖାନା ପରିଦର୍ଶନ କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା ବି କରିଥିଲେ । ସେଠାରେ ଥିବା ଶୁଆଙ୍କୁ ନିଜ ହାତରେ ଖାଇବାକୁ ଦେବା ଓ ମକାଓକୁବି ନିଜ ହାତରେ ଖାଇବାକୁ ଦେଇଥିଲେ ମୁଖ୍ୟମନ୍ତ୍ରୀ । ତାଙ୍କର ଏହି ଭିନ୍ନ ରୂପ ସମସ୍ତଙ୍କ ମନକୁ ଛୁଇଁ ଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଚିଡିଆଖାନାକୁ ଏକ ବନସ୍ପତି ଉଦ୍ୟାନ ଓ ନାଇଟ ସଫାରି ମିଳିବା ଆଶା କରାଯାଏ ।
ସୂଚନାଯୋଗ୍ୟ, ରାଜ୍ୟର ଏହି ଚିଡିଆଖାନାଟି ଗୁଆହାଟିରେ ୪୩୨ ଏକର ଜମିରେ ପ୍ରସାରିତ । ଏଠାରେ ପ୍ରାୟ ୧୧୩ ପ୍ରଜାତୀର ଜୀବ ରହିଛନ୍ତି । ଏହାସହ ପୂର୍ବୋତ୍ତର ଭାରତର ଏହା ସବୁଠାରୁ ବଡ ଚିଡିଆଖାନା ।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri