ସ୍ତ୍ରୀଙ୍କୁ ମାରି ୬ ପିଲାଙ୍କ ଆଗରେ କଡ଼େଇରେ ସିଝାଇଲେ ସ୍ବାମୀ

କରାଚି,୧୬ା୧: କରାଚିର ଗୁଲଶନ-ଇ-ଇକ୍‌ବଲରେ ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ତାଙ୍କ ୬ ପିଲାଙ୍କ ଆଗରେ ସ୍ତ୍ରୀଙ୍କୁ ମାରି କଡ଼େଇରେ ସିଝାଇବା ପରି ଅତ୍ୟନ୍ତ ଅମାନବିକ ଦୃଶ୍ୟ ଦେଖିବାକୁ ମିଳିଛି।

ଗୁଲଶନ-ଇ-ଇକ୍‌ବଲର ବ୍ଲକ ୪ରେ ଥିବା ଏକ ଘରୋଇ ବିଦ୍ୟାଳୟର ଜଗୁଆଳି ଭାବରେ ଆଶିକ୍‌ ନାମକ ଜଣେ ବ୍ୟକ୍ତି କାମ କରନ୍ତି। ସେ ତାଙ୍କ ସ୍ତ୍ରୀ ଏବଂ ୬ ପିଲାଙ୍କ ସହ ବିଦ୍ୟାଳୟର ସେବକ କ୍ୱାର୍ଟରରେ ରହୁଥିଲେ। ଆଶିକ ପ୍ରତିଦିନ ମଦ ପିଇବା ସହ ସ୍ତ୍ରୀଙ୍କୁ ଅନ୍ୟ ପୁରୁଷଙ୍କ ସହ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ। ଏଥିରେ ନର୍ଗିସ ଅରାଜି ହେବାରୁ ପାଟିତୁଣ୍ଡ ଲାଗୁଥିଲା। ଗତ ବୁଧବାର ରାତିରେ ଆଶିକ ପ୍ରଚୁର ମଦ ପଇ ସ୍ତ୍ରୀ ନର୍ଗିସଙ୍କ ସହ ଝଗଡ଼ା କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଆଶିକ ନର୍ଗିସଙ୍କ ମୁହଁରେ ତକିଆ ପକାଇ ମାରିଦେବା ସହ ରୋଷେଇ ଘରେ ଥିବା ଏକ କଡ଼େଇରେ ତାଙ୍କ ମୃତଦେହକୁ ସିଝାଇ ଥିଲେ। ଏହାକୁ ଦେଖି ନେଇଥିଲେ
ନର୍ଗିସଙ୍କ ୧୫ ବର୍ଷୀୟା ଝିଅ। ସେ ସଙ୍ଗେ ସଙ୍ଗେ ପୋଲିସ ହେଲ୍ପଲାଇନ ନମ୍ବରରେ ଡାଏଲ କରିବା ପରେ ମୋବିନା ଟାଉନ ପୋଲିସ ବିଦ୍ୟାଳୟରେ ପହଞ୍ଚିଥିଲା। ସେତେବେଳକୁ ଆଶିକ ୩ ପିଲାଙ୍କୁ ନେଇ ଫେରାର ହୋଇଯାଇଥିଲେ। ଅନ୍ୟ ୩ ପିଲା ପୋଲିସ ହେପାଜତରେ ଅଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ଏକ ମାମଲା ରୁଜୁ କରିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି, ଅଭିଯୁକ୍ତଙ୍କ ଫୋନ୍‌ ବନ୍ଦ ଅଛି। ତାଙ୍କୁ ଖୋଜା ଚାଲିଛି। ଖୁବ୍‌ଶୀଘ୍ର ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ...

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri