Posted inଜାତୀୟ

ମୁସଲମାନ ସମ୍ପ୍ରଦାୟ ବିଷୟରେ ଭୁଲ ବୟାନବାଜୀ କର ନାହିଁ: ମୋଦି

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି(ଭାଜପା)ର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁସଲମାନ ସମ୍ପ୍ରଦାୟ ବିଷୟରେ ଖରାପ ବୟାନବାଜୀ କରନାହିଁ। ପସମାନନ୍ଦ ଏବଂ ବୋରା ସମାଜକୁ ଭେଟିବା ଉଚିତ। କାର୍ଯ୍ୟକର୍ତ୍ତାମାନଙ୍କ ସହ ଯୋଗାଯୋଗ ବଜାୟ ରଖିବାକୁ ହେବ। ସମାଜର ସମସ୍ତ ବର୍ଗର ଲୋକଙ୍କୁ ଭେଟ। କେହି ଭୋଟ ଦିଅନ୍ତୁ କି ନାହିଁ, କିନ୍ତୁ ସମସ୍ତଙ୍କୁ ସାକ୍ଷାତ କର। ଦଳର ଅନେକ ଲୋକ ଏବେ ବି ଲାଗୁଛି ଯେ ସେମାନେ ବିରୋଧୀ ଦଳରେ ଅଛନ୍ତି। ଏଣୁ ଅନେକ ଲୋକଙ୍କୁ ମର୍ଯ୍ୟଦାପୂର୍ଣ୍ଣ ଭାଷା କହିବା ଉଚିତ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ରାଜସ୍ଥାନ ଏବଂ ଛତିଶଗଡ଼ର କର୍ମକର୍ତ୍ତାମାନଙ୍କୁ କହିଛନ୍ତି ଯେ, ଅତି ଆତ୍ମବିଶ୍ୱାସ ଭଲ ନୁହେଁ। ଏଥିଲାଗି ଆମେ ନିର୍ବାଚନରେ ହାରିଛେ। ସମସ୍ତଙ୍କୁ ପରିଶ୍ରମ କରିବାର ଆବଶ୍ୟକତା ଅଛି। ‘ମୋଦି ଆସିଲେ,ଜିତିଯିବା’ ଭାବିବା ଭୁଲ। ସମସ୍ତଙ୍କୁ ସମ୍ବେଦନଶୀଳ ହେବା ଉଚିତ। ଶାସନ କ୍ଷମତା ମିଳିଗଲେ ତାହା ସ୍ଥାୟୀ ବୋଲି ଭାବିବା ଅନୁଚିତ ବୋଲି ସେ କହିଛନ୍ତି।

ଏହାଛଡ଼ା ମୋଦି କର୍ମୀମାନଙ୍କୁ ଦାୟିତ୍ୱ ଦେଇ ସୀମା ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ସଂଗଠନକୁ ମଜଭୂତ କରିବାକୁ କହିଛନ୍ତି। ନିର୍ବାଚନକୁ ୪୦୦ ଦିନ ବାକିଅଛି। ସମ୍ପୂର୍ଣ୍ଣ ଶକ୍ତି ସହ ଏଥିପାଇଁ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ଏମ୍‌ପି

ତୁମୁଡିବନ୍ଧ,୨୬ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଶୁକ୍ରବାର ତୁମୁଡିବନ୍ଧ ଗସ୍ତ କରି ବ୍ଲକ୍‌ ପରିସରରେ ଥିବା ମିଶନ ଶକ୍ତି କାଫେ, ବେଲଘର...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri