ରୋମାଞ୍ଚ ଭରିଲେ ଶାନ

ବ୍ରହ୍ମପୁର ଅଫିସ,୧୮।୧: ସିଲ୍କ ସିଟି ଫେଷ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମହୋତ୍ସବ ମାଧ୍ୟମରେ ଗଞ୍ଜାମ ଜିଲାର ଲୋକ କଳା, ସଂସ୍କୃତିର ପ୍ରଚାରପ୍ରସାର ହୋଇପାରିଛି। ମହୋତ୍ସବ ମାଧ୍ୟମରେ ଏସ୍‌ଏଚ୍‌ଜି ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ରାଜ୍ୟରେ ୨ଥର ଲେଖାଏଁ ହକି ବିଶ୍ୱକପ ଅନୁଷ୍ଠିତ ହୋଇପାରିଛି ବୋଲି ଶ୍ରମ ମନ୍ତ୍ରୀ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଇଏମ୍‌ସି ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ ବିବେକ ରେଡି, ବିଧାୟକ ବିକ୍ରମ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ବିଇଏମ୍‌ସି କମିଶନର ଜେ ସୋନାଲ, ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଭି କୀର୍ତ୍ତିୱାସନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଫେଷ୍ଟକୁ ନେଇ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ଭାରୋତ୍ତୋଳନକାରୀ ସୀତା ଦାଶଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।
ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଘଟ କଳସୀ ନୃତ୍ୟ, ଓଡିଶୀ, ଟାଇକୋଣ୍ଡୋ, ଫ୍ୟାସନ ଶୋ, ସମ୍ବଲପୁରୀ, ସ୍କେଟିଂ ମାଧ୍ୟମରେ ସଚେତନତା, ମଡର୍ଣ୍ଣ ନୃତ୍ୟ, ଲୋକ ନୃତ୍ୟ, ବିହୁ ନୃତ୍ୟ ଓ ଘୁମୁରା ନୃତ୍ୟ ପରିବେଶିତ ହୋଇଥିଲା। ମେଗା ସେଲିବ୍ରିଟି କାର୍ଯ୍ୟକ୍ରମରେ ପ୍ରଥମେ ବ୍ରହ୍ମପୁର ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ଦ୍ୱାରା ଶ୍ରୀକୃଷ୍ଣଙ୍କ ଦଶ ଅବତାର ନୃତ୍ୟ ପରିବେଷଣ କରାଯାଇଥିଲା। ଏହାପରେ ବଲିଓଡର ପ୍ରଚ୍ଛଦପଟ ଗାୟକ ଶାନ ଷ୍ଟେଜରେ ରୋମାଞ୍ଚକ ଭରା ପ୍ରବେଶ କରିଥିଲେ। ଶାନ ପ୍ରଥମେ ଶାହାରୁଖ ଖାନଙ୍କ ଡନ ଚଳଚ୍ଚିତ୍ରର ମେ.. ହୁ.. ଡନ ଗୀତ ଗାଇ ଷ୍ଟେଜ ଉପରକୁ ଆସିଥିଲେ। ଯାହାକୁ ନେଇ ଦର୍ଶକଙ୍କ କୋଳାହଳ ଜମି ଉଠିଥିଲା। ଏହାପରେ ସେ ଚାନ୍ଦ..ସିପାରିସ, ଆଜ..ଉନସେ.. ମିଲନା..ହେ, ବେହେତି..ହାୱା..,କସମ..କି..କସମ ଭଳି ସୁପରହିଟ ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri