୧୫ ବର୍ଷ ପୁରୁଣା ଗାଡ଼ିର ପଞ୍ଜୀକରଣ ରଦ୍ଦ: ଏପ୍ରିଲ ୧ରୁ ଲାଗୁ…

ନୂଆଦିଲ୍ଲୀ,୧୯।୧ : ଦେଶରେ ପ୍ରଦୂଷଣକୁ ରୋକିବା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଲୁଥିବା ସମସ୍ତ ୧୫ ବର୍ଷ ପୁରୁଣା ଗାଡିର ପଞ୍ଜୀକରଣ ରଦ୍ଦ କରିବାକୁ ମୋଦି ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆଦେଶ ୧ ଏପ୍ରିଲ ୨୦୨୩ ରୁ ପ୍ରଯୁଜ୍ୟ ହେବ ବୋଲି ବିବେଚନା କରାଯିବ। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ସରକାରୀ ଯାନଗୁଡ଼ିକୁ ହଟାଇ ଦିଆଯିବ। ]

ପ୍ରଦୂଷଣ ନିୟନ୍ତ୍ରଣ ଏବଂ ବୃତ୍ତିଗତ ଅର୍ଥନୀତିକୁ ତ୍ୱରାନ୍ବିତ କରିବାକୁ କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟ ମୋଟର ଯାନ ଅଧିନିୟମରେ ସଂଶୋଧନ ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ବିଜ୍ଞପ୍ତି ଅନୁଯାୟୀ, ୧୫ ବର୍ଷରୁ ଅଧିକ ବର୍ଷର ପୁରୁଣା ସମସ୍ତ ସରକାରୀ ଗାଡିର ପଞ୍ଜୀକରଣ ବାଧ୍ୟତାମୂଳକ ରଦ୍ଦ ହେବ। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ୧୫ ବର୍ଷ ପୁରୁଣା ଯାନ ଯାହାର ପଞ୍ଜୀକରଣ ନବୀକରଣ ଆଧାରରେ ବୃଦ୍ଧି କରାଯାଇଛି, ତାହା ମଧ୍ୟ ସ୍ବତଃ ବାତିଲ ବୋଲି ଧରାଯିବ। ବିଜ୍ଞପ୍ତିରେ କୁହାଯାଇଛି ଯେ ପଞ୍ଜୀକୃତ ସ୍କ୍ରାପ ସେଣ୍ଟରରେ ଏହିପରି ଯାନଗୁଡିକୁ ବିସର୍ଜନ କରିବାକୁ ପଡିବ।

ଏହାପୂର୍ବରୁ କେନ୍ଦ୍ର ପରିବହନ ଓ ସଡକ ନିର୍ମାଣ ମନ୍ତ୍ରୀ ନିତିନ ଗଡକରୀ କହିଥିଲେ ଯେ ୧୫ ବର୍ଷରୁ ଅଧିକ ବର୍ଷ ପୁରୁଣେ ଯାନବାହାନକୁ ସ୍କ୍ରାପରେ ପରିଣତ କରାଯିବ। ସେ କହିଛନ୍ତି ଯେ ଏ ବାବଦରେ ରାଜ୍ୟକୁ ସୂଚନା ପଠାଯାଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଥିପାଇଁ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri