Odisha Elections 2024

ପୁତୁରାର ବାହାଘର ପାଇଁ ଗାଁକୁ ଆସୁଥିଲେ: ଟ୍ରେନ୍‌ରେ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧୯।୧: ରେଳବାଇ ପୋଲିସ ତିରୁଚିରାପଲି ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ସୋର ଥାନା ଅଧୀନ କୁରୁଡ଼଼ା ଗ୍ରାମର ନିରଞ୍ଜନ ନାୟକଙ୍କ ପୁଅ ପ୍ରଭାତ କୁମାର ନାୟକ(୪୨) ବୋଲି ପୋଲିସ କହିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୩) ରୁଜୁ କରିଛି। ହୃଦ୍‌ଘାତରେ ପ୍ରଭାତଙ୍କ ମୃତ୍ୟୁ ଘଟିଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି।

ପ୍ରଭାତ ଓ ତାଙ୍କ ସମ୍ପର୍କୀୟ ପୁତୁରା ମହେନ୍ଦ୍ର କୁମାର ଦାସ କେରଳରେ ଏକ ଘରୋଇ ସଂସ୍ଥାରେ କାମ କରନ୍ତି। ମହେନ୍ଦ୍ରଙ୍କ ବାହାଘର ସ୍ଥିର ହୋଇଥିବା ବେଳେ ପ୍ରଭାତ ଓ ମହେନ୍ଦ୍ର ଗାଁକୁ ଫେରୁଥିଲେ। ସେମାନେ ତିରୁଚିରାପଲି ଏକ୍ସପ୍ରେସ ଟ୍ରେନର ଏସ୍‌-୭ ବଗିରେ ଭଦ୍ରକକୁ ଯାତ୍ରା କରୁଥିଲେ। ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ନିକଟରେ ପ୍ରଭାତ ଅସୁସ୍ଥତା ଅନୁଭବ କରିଥିଲେ। ଏଣୁ ପ୍ରଭାତଙ୍କୁ ତାଙ୍କ ପୁତୁରା ମହେନ୍ଦ୍ର ଉକ୍ତ ବଗିରେ ଶୋଇବାକୁ କହିଥିଲେ। ବ୍ରହ୍ମପୁର ପହଞ୍ଚିବା ପରେ ମହେନ୍ଦ୍ର ତାଙ୍କ ଦାଦାଙ୍କ ସହ ଟ୍ରେନ୍‌ରୁ ଓଲ୍ଲାଇବା ପାଇଁ ସ୍ଥିର କରିଥିଲେ। ପରେ ଏମ୍‌କେସିଜି ମେଡିକାଲ ଯାଇ ସେଠାରେ ଡାକ୍ତରଙ୍କ ସହ ପରାମର୍ଶ କରିବେ ବୋଲି ମହେନ୍ଦ୍ର ଭାବିଥିଲେ। ହେଲେ ବ୍ରହ୍ମପୁରରେ ଉକ୍ତ ଟ୍ରେନ୍‌ ରହିବା ପରେ ମହେନ୍ଦ୍ର ତାଙ୍କ ଦାଦା ପ୍ରଭାତଙ୍କୁ ଉଠାଇବା ବେଳେ ସେ ଅଚେତ ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ରେଳବାଇ ପୋଲିସକୁ ଜଣାଇଥିଲେ। ପୋଲିସ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଡାକ୍ତର ପ୍ରଭାତଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା...

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦%...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri