Posted inଖେଳ

ନ୍ୟୁଜିଲାଣ୍ଡକୁ ହରାଇଲା ମାଲେସିଆ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୦।୧:କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ର ପୁଲ୍‌ ‘ସି’ ମ୍ୟାଚରେ ମାଲେସିଆ ୩-୨ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ଦୁଇ ଦଳ ଗ୍ରୁପ୍‌ ପର୍ଯ୍ୟାୟ ଶେଷ କରିଛନ୍ତି। ମାଲେସିଆ ଅଧିନାୟକ ମାରହାନ ଜଲିଲ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ମାଲେସିଆ ୩ ମ୍ୟାଚରୁୁ ୨ ବିଜୟ ସହ ୬ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ୩ ମ୍ୟାଚରୁ ୨ ପରାଜୟ ଓ ୧ ବିଜୟ ସହିତ ୩ ପଏଣ୍ଟ ପାଇଛି। ଫଳରେ ଏହି ଗ୍ରୁପ୍‌ରୁ ମାଲେସିଆ ଦ୍ୱିତୀୟ ଓ ନ୍ୟୁଜିଲାଣ୍ଡ ତୃତୀୟ ଦଳ ଭାବେ କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ଏହି ଗ୍ରୁପ୍‌ରୁ ନେଦରଲାଣ୍ଡ୍ସ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି।
ମ୍ୟାଚ ଆରମ୍ଭରେ ନ୍ୟୁଜିଲାଣ୍ଡ ପ୍ରଦର୍ଶନ ଅପେକ୍ଷାକୃତ ଧିମା ରହିଥିଲା। ଏହାର ଫାଇଦା ଉଠାଇଥିଲା ମାଲେସିଆ। ୯ମ ମିନିଟରେ ୧୦ ନମ୍ବର ଖେଳାଳି ଫୈଜଲ ସାରି ଫିଲ୍ଡ ଗୋଲଦେଇ ମାଲେସିଆକୁ ଅଗ୍ରଣୀ କରାଇଥିଲେ। ଏହାପରେ ନ୍ୟୁଜିଲାଣ୍ଡ ରଣନୀତିରେ ପରିବର୍ତ୍ତନ କରି ଆକ୍ରମଣାତ୍ମକ ଆଭିମୁଖ୍ୟ ପୋଷଣ କରିଥିଲେ ହେଁ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଗୋଲ ପରିଶୋଧ କରିପାରି ନ ଥିଲା। ତୃତୀୟ କ୍ୱାର୍ଟର ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ୪୨ତମ ମିନିଟରେ ମାଲେସିଆକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ୪୩ତମ ମିନିଟରେ ଏହାକୁ ଗୋଲରେ କନଭର୍ଟ କରିଥିଲେ ରାଜି ରହିମ। ତୃତୀୟ କ୍ୱାର୍ଟରରେ ଅସଲ ଖେଳ ଦେଖିବାକୁ ମିଳିଥିଲା। କାଉଣ୍ଟର ଆଟାକ୍‌ କରି ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା ନ୍ୟୁଜିଲାଣ୍ଡ। ୫୨ତମ ମିନିଟରେ ହେଡେନ ଫିଲିପ୍ସ ଏକ ଫିଲ୍ଡ ଗୋଲ ଦେଇଥିବାବେଳେ ୫୩ତମ ମିନିଟରେ ପେନାଲ୍ଟି କର୍ନରକୁ ଗୋଲରେ କନଭର୍ଟ କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ ସାମ୍‌ ଲେନ୍‌। ମାତ୍ର ମାଲେସିଆକୁ ଭାଗ୍ୟ ସାଥ୍‌ ଦେଇଥିଲା। ମ୍ୟାଚର ଶେଷ ଭାଗରେ ନ୍ୟୁଜିଲାଣ୍ଡ ଡି’ ଏରିଆରେ ବଡ଼ ଗ୍ୟାପ୍‌ର ଫାଇଦା ଉଠାଇ ମାଲେସିଆର ଫୈଜଲ ସାରି ବ୍ୟକ୍ତିଗତ ଦ୍ୱିତୀୟ ଏବଂ ଦଳ ପକ୍ଷରୁ ତୃତୀୟ ଗୋଲଟି ସ୍କୋର କରିଥିଲେ। ଏହି ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ନ୍ୟୁଜିଲାଣ୍ଡକୁ ପଛରେ ପକାଇ ମାଲେସିଆ ଗ୍ରୁପ୍‌ରେ ଦ୍ୱିତୀୟ ସ୍ଥାନ ହାସଲ କରି ନେଇଥିଲା। ମାଲେସିଆ ୬ଟି ପେନାଲ୍ଟି କର୍ନର ପାଇଥିବାବେଳେ ଏଥିରୁ ଗୋଟିଏକୁ ଗୋଲରେ କନଭର୍ଟ କରିଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ୩ଟି ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟି କରିଥିଲା ଏବଂ ସେଥିରୁ ଗୋଟିଏକୁ ଗୋଲରେ ପରିଣତ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri