୨୭ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ,୨୦ା୧: ଆସନ୍ତା ୨୭ତାରିଖରେ ଶ୍ରୀକ୍ଷେତ୍ର ମହୋତ୍ସବ ଆରମ୍ଭ ହେବ। ଏହି ଉତ୍ସବ ପୁରୀର ଗର୍ବ ଓ ଗୌରବର ପ୍ରତୀକ। ତେଣୁ ଏହାକୁ ଆକର୍ଷଣୀୟ ଭାବେ ପାଳନ କରିବାକୁ ନେଇ ମୋଚିସାହି ନୂଆ ତୋଟା ଜାଗା ଘରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଅତିଥି ଭାବେ ଯୋଗଦେଇ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ର ଅନେକ ମାନ୍ୟତା ରଖୁଥିବାରୁ ଓ ଜାଗା ଆଖଡାର ଦକ୍ଷତା ଓ ପ୍ରଦର୍ଶନ ସାମିଲ ହେଉଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରିବାକୁ ମତ ଦେଇଥିଲେ। ବୈଠକରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ଏହି ମହୋତ୍ସବ ପାଳନ ପାଇଁ ଜିଲା ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି କହିଥିଲେ। ତେବେ ଏଥିପାଇଁ ସରକାରଙ୍କୁ ମଧ୍ୟ ସହଯୋଗ ପାଇଁ ଅନୁରୋଧ କରାଯାଇଛି। କଟକ ବାଲିଯାତ୍ରା ଓ ବରଗଡ଼ ଧନୁଯାତ୍ରା ପରି ଏହାକୁ ସରକାରଙ୍କ ବାର୍ଷିକ କ୍ୟାଲେଣ୍ଡରରେ ସାମିଲ ପାଇଁ ସଦସ୍ୟଙ୍କ ଦାବି ସମ୍ପର୍କରେ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ନିଷ୍ପତ୍ତି ଅନୁସାରେ ଶରଧାବାଲିରେ ହେବାକୁ ଥିବା ଏହି ମହୋତ୍ସବ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ହେବ। ପ୍ରଥମଦିନ ରାଜ୍ୟପାଳ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅନ୍ୟାନ୍ୟ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରାଯିବ। ପ୍ରତ୍ୟେକ ସନ୍ଧ୍ୟାରେ ବିଭିନ୍ନ ଜାଗା ଘର ଓ ଆଖଡା ତରଫରୁ ପାରମ୍ପରିକ କଳା ପ୍ରଦର୍ଶନ କରାଯିବା ସହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ଉଦ୍‌ଘାଟନ ଦିନ ଜହ୍ନିମୁଣ୍ଡିଆ ଛକଠାରୁ ସିଂହଦ୍ୱାର ଦେଇ ଶରଧାବାଲି ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏଥିସହ ପଲ୍ଲିଶ୍ରୀ ମେଳାର ମଧ୍ୟ ଆୟୋଜନ କରାଯାଇଛି। ଏ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦାନ ପାଇଁ ଏକାଧିକ ସବ କମିଟି ଗଠନ କରାଯାଇ ଦାୟିତ୍ୱ ଦିଆଯାଇଛି। ବୈଠକରେ ୮ ସାହି ଆଖଡା ସମନ୍ବୟ ସମିତି ସଭାପତି ବାବାଜୀ ମହାପାତ୍ର, ସମ୍ପାଦକ ତଳଚ୍ଛୁ ନୀଳକଣ୍ଠ ମହାପାତ୍ର, ଦୋଳ ମଣ୍ଡପ ସାହି ଆଖଡ଼ା ସମ୍ପାଦକ ଓ ମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି, ଦୋଳମଣ୍ଡପ ସାହି ଆଖଡା ସଭାପତି ନିରଞ୍ଜନ ସିଂହାରୀ, ମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର, ଦୁର୍ଗା ଦାସମହାପାତ୍ର, ଚକ୍ରଧର ମହାପାତ୍ର, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅନ୍ୟାନ୍ୟ ଜାଗା ଆଖଡା ସଭାପତି, ସମ୍ପାଦକ ଓ ସଦସ୍ୟମାନେ ଯୋଗଦେଇଥିଲେ। ଶେଷରେ ପୂର୍ବତନ ସଂସ୍କୃତି ଅଧିକାରୀ ପ୍ରଫୁଲ୍ଲ ସାମନ୍ତ ରାୟ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri