ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ ନିୟୋଜିତ ହୋଇଛନ୍ତିି। ସୂଚନା ମୁତାବକ, ସକାଳ ୯ଟାରେ ଦର୍ପଦଳନ ରଥରେ ଭୋଇ ସେବକମାନେ ଲଡୁ ମାହାର୍ଦ୍ଦ ଓ ନଡ଼ିଆ ଆଣି ରଖିଥିଲେ। ଭୋଇ ସର୍ଦ୍ଦାର ରଥରେ ନଡ଼ିଆ ବାଡେଇବା ପରେ ଆରମ୍ଭ ହୋଇଥିଲା ରଥଭଙ୍ଗା କାମ। ଉପର ଆଡୁ ରଥ ଭଙ୍ଗା ଯାଉଛିି। ପ୍ରଥମ ଦିନରେ ରଥର କଳସ, ଖପୁରି, ପାରାଭାଡ଼ି, ପୋଟଳ, ପୋଟଳ ପାରେଣି, ଖମ୍ବି ଏବଂ ଓରା, ତୃତୀୟ ଭୂଇଁ, ଦ୍ୱିତୀୟ ଭୂଇଁ, ଅନ୍ଧାରୀ ତାଗ, କଇଞ୍ଚତ୍, ମୂଳ ଭୂଇଁ, ସିଂହାସନ, ପ୍ରଭା ଓ ଚାରିଦ୍ୱାର ଭଙ୍ଗାଯାଇଛିି। ରଥ ଭଙ୍ଗାଯାଇ ବାହାରୁଥିବା କାଠକୁ ଦୋଳବେଦି ପରିସରରେ ରଖାଯାଇଛିି। ଏହାକୁ ଠାକୁରଙ୍କ କୋଠଭୋଗ ଜାଳେଣି ପାଇଁ ବ୍ୟବହାର କରାଯିବ। ରଥର ପ୍ରଭା, ଚକ, ଗୁଜ, ଅସୁଆରୀ ପ୍ରଭୃତି ବିକ୍ରି କରାଯିବ। ଦର୍ପଦଳନ ରଥ ସମ୍ପୂର୍ଣ୍ଣ ଭାଙ୍ଗିବାକୁ ଆହୁରି ପ୍ରାୟ ୩ ଦିନ ସମୟ ଲାଗିବ ବୋଲି ଭୋଇ ସର୍ଦ୍ଦାର ସୂଚନା ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri