ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ : ମେୟର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ୍‌ ସୁରକ୍ଷା ଟ୍ରଷ୍ଟ, ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ଓ ଜାତୀୟ ଉଠାଦୋକାନୀ ମହାସଂଘ ପକ୍ଷରୁ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଉଠାଦୋକାନୀ ମାଷ୍ଟର କ୍ୟାଣ୍ଟିନ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ରାଜମହଲ ଛକ ଦେଇ ଭୁବନେଶ୍ୱର ୟୁନିଟ୍‌-୧ସ୍ଥିତ ଫଳ ଭେଣ୍ଡିଂଜୋନ୍‌ ନିକଟରେ ପହଞ୍ଚତ୍ଥିଲେ। ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥଲା। ଉଠାଦୋକାନୀ ମହାସଂଘର ପ୍ରତିଷ୍ଠାତା ସଭାପତି ପ୍ରତାପ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଏମ୍‌ସି ମେୟର ସୁଲୋଚନା ଦାସ ଯୋଗଦେଇ କହିଲେ, ଭୁବନେଶ୍ୱରରେ କିଛିଦିନ ହେବ ବହୁ ଉଠାଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି, ଫଳରେ ସେମାନେ ଜୀବିକା ହରାଇଛନ୍ତି। ଏବେ ମଧ୍ୟ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଏମ୍‌ସି ସେମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଖୁବ୍‌ଶୀଘ୍ର ୩୬ଟି ଭେଣ୍ଡିଂଜୋନ୍‌ ମାଧ୍ୟମରେ ଉଠାଦୋକାନୀଙ୍କୁ ଥଇଥାନ କରାଯିବ। ଅବଶିଷ୍ଟ ଦୋକାନୀଙ୍କୁ ପର୍ଯ୍ୟାୟକ୍ରମେ ଥଇଥାନ କରାଯିବ। ଭେଣ୍ଡିଂଜୋନ୍‌ଗୁଡ଼ିକରେ ପାନୀୟ ଜଳ, ଶୌଚାଳୟ ଓ ପାର୍କିଂର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ସେ କହିଥିଲେ। ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କହିଲେ, ଭୁବନେଶ୍ୱର ହେଉଛି ସମସ୍ତଙ୍କର ସହର।
ଗରିବ, ଧନୀ ସମସ୍ତେ ଏଠାରେ ରହିବାର ଅଧିକାର ଅଛି। ଯଦି କୌଣସି ଦୋକାନୀ ଅସୁବିଧାରେ ପଡ଼େ, ଆମ କର୍ପୋରେଟରଙ୍କୁ ସହଯୋଗ ମାଗିଲେ ସହଯୋଗର ହାତ ବଢାଇବେ। ମୁଖ୍ୟବକ୍ତା ଭାବେ ମହାସଂଘର ଉପଦେଷ୍ଟା ତଥା କଟକ ମେୟର ସୁବାସ ସିଂ କହିଲେ, ଉଠାଦୋକାନୀଙ୍କ ଅଧିକାର ପାଇଁ ଆନ୍ଦୋଳନ କରି ବହୁବାର ମୁଁ ଜେଲ୍‌ ଯାଇଛି। କଟକରେ ଉଠାଦୋକାନୀମାନେ କିଭଳି ଥଇଥାନ ହୋଇପାରିବେ, ଟାଉନ ଭେଣ୍ଡିଂ କମିଟି ଓଡ଼ିଶାର ପ୍ରତ୍ୟେକ ସହରରେ କିପରି ଗଠନ କରାଯିବ ତାହା ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଏମ୍‌ସି ଷ୍ଟାଣ୍ଡିଂ କମିଟି (ପ୍ଲାନିଂ, ସାନିଟେସନ, ୱାଟର ସପ୍ଲାଏ)ର ଚେୟାରମ୍ୟାନ ବିରଞ୍ଚତ୍ ନାରାୟଣ ମହାସୁପକାର ଯୋଗଦେଇ ଉଠାଦୋକାନୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। କର୍ପୋରେଟରମାନେ ଉଠାଦୋକାନୀଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦେବେ ବୋଲି କହିଥିଲେ। ଏହି ଅବସରରେ ମହାସଂଘର ମୁଖପତ୍ର ‘ଆଶା’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ୬୭ଟି ୱାର୍ଡ଼ର ୧୬୪ ସଂଘ ତଥା ୬୦ଟି ଭେଣ୍ଡିଂଜୋନର କର୍ମକର୍ତ୍ତା ଉପସ୍ଥିତ ଥିଲେ। ସାଧାରଣ ସମ୍ପାଦକ ଅନୁଜ କୁମାର ପ୍ରଧାନ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri