ବନ୍ଦ ପାଠାଗାରର ପୁନରୁଦ୍ଧାର ନେଇ ଭଙ୍ଗାଗଲା ତାଲା

ଗୁଡ଼ାରୀ, ୨୧।୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡ଼ାରି ସହରର ନୂତନ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ବିଜୁ ପାଠାଗାରର ପୁନରୁଦ୍ଧାର ନିମନ୍ତେ ଶୁକ୍ରବାର ସେଥିରେ ପଡ଼ିଥିବା ତାଲାକୁ ଭଙ୍ଗାଯାଇଛି। ତାଲା ଭଙ୍ଗାଯିବାବେଳେ ଗୁଡ଼ାରି ବିଡିଓ ନୃସିଂହ ଚରଣ ସେଠୀ ମାଜିଷ୍ଟ୍ରେଟଭାବେ ଉପସ୍ଥିତ ଥିଲେ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାରତୀ ଦେବୀ ଓ ଥାନାଧିକାରୀ ଦୀନବନ୍ଧୁ ଶବରଙ୍କ ଉପସ୍ଥିତିରେ ଏହି ବନ୍ଦ ପାଠାଗାରର ସମସ୍ତ ତାଲା ଭଙ୍ଗାଯାଇଥିଲା। ଏହି ପାଠାଗାର ମରାମତି ପରେ ଖୁବ୍‌ ଶୀଘ୍ର ନୂତନ ଭାବେ କାର୍ଯ୍ୟ କରିବ ବୋଲି ଭାରତୀ ଦେବୀ କହିଛନ୍ତି। ତାଲା ଭଙ୍ଗା କାର୍ଯ୍ୟକ୍ରମରେ ଏନ୍‌ଏସିର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ସୂଚନାନୁଯାୟୀ, ୨୦୧୩ରେ ସହରବାସୀଙ୍କ ନିମନ୍ତେ ତତ୍କାଳୀନ ବିଧାୟକ ସ୍ବର୍ଗତ ରାମମୂର୍ତ୍ତି ମୁଟିକାଙ୍କ ଦ୍ୱାରା ବିଜୁ ପାଠାଗାର ସ୍ଥାପନ କରାଯାଇଥିଲା। ଉଦ୍‌ଘାଟନ ହେବା ପରଠାରୁ ଏହି ପାଠାଗାର କାର୍ଯ୍ୟକ୍ଷମ ହୋଇ ନ ଥିଲା। ଗୁଡ଼ାରିରେ ଗୋଟିଏ ହେଲେ ପାଠାଗାର ନ ଥିବାବେଳେ ଏହି ପାଠାଗାର ଦୀର୍ଘ ବର୍ଷ ହେଲା ବନ୍ଦ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ...

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି...

ଭଉଣୀ ବାହାଘରରେ ଲକ୍ଷାଧିକ ଟଙ୍କା ଋଣ କରିଥିଲେ ଭାଇ, ଶୁଝିବା ପାଇଁ ଦାଦନ ସାଜି ବିଦେଶରେ ଗଲା ଜୀବନ

ଗଞ୍ଜାମ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତେନ୍ତୁଳିଆପଲ୍ଲୀ ପଞ୍ଚାୟତ ବାଗଲପୁର ଗ୍ରାମର କାର୍ତ୍ତିକ ପ୍ରଧାନ ଓ ତାଙ୍କ ପୁଅ ସାଗର ପ୍ରଧାନ ଦୀର୍ଘ...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri