କ୍ୟାବିନେଟ୍‌ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ ଆଣି ଏହି କ୍ୟାବିନେଟ୍‌ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ସଂଘ ଦାବି କରିଛି। ଏହା ବିରୋଧରେ ସଂଘ ବ୍ୟାପକ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇଛି। ଅଧ୍ୟାପକ ଓ କର୍ମଚାରୀମାନେ ଶନିବାରଠାରୁ କଳାବ୍ୟାଜ ପିନ୍ଧି କଲେଜରେ କାର୍ଯ୍ୟ କରୁଛନ୍ତି। ୨୫ ତାରିଖରେ ଜିଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଫେବୃୟାରୀ ୩ରେ ମହାସମାବେଶ ଓ ଆମରଣ ଅନଶନ ଆରମ୍ଭ ହେବ। ଆବଶ୍ୟକସ୍ଥଳେ ଯୁକ୍ତ୨ ଓ ଯୁକ୍ତ୩ ପରୀକ୍ଷାରେ ଅସହଯୋଗ ଓ ମୂଲ୍ୟାୟନ ବର୍ଜନ କରାଯିବ ବୋଲି ସଂଘ ଚେତାଇ ଦେଇଛି। ସଂଘ ପକ୍ଷରୁ କୁହାଯାଇଛି, ପୂର୍ବରୁ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଅବିକଳ ୭ମ କମିଶନ ବେତନ ଆଧାରରେ ଦରମା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଥିଲା। ଏହାକୁ ଭିତ୍ତି କରି ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଥିଲା। ଦୀର୍ଘ ୧ ବର୍ଷ ଧରି ସମାନ ହାରରେ ଅଧ୍ୟାପକଙ୍କୁ ସମାନ ଦରମା ଦେଉଥିଲେ। ଶନିବାରର କ୍ୟାବିନେଟ୍‌ ନିଷ୍ପତ୍ତିରେ କିଛି କର୍ମଚାରୀ ଓ ଅଧ୍ୟାପକଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ପ୍ରାୟ ୧୦ହଜାର ଟଙ୍କାର ଦରମା ତାରତମ୍ୟ ଘୋଷଣା କରାଯାଇଛି। ୪୨୦୦ ଗ୍ରେଡ୍‌ ପେ’ ପାଉଥିବା ୪୮୮ ବର୍ଗର ପିଇଟି, ଲାଇବ୍ରେରିଆନ୍‌ ଓ ଡେମୋନଷ୍ଟ୍ରେଟରଙ୍କଠାରୁ ୪୬୦୦ ଗ୍ରେଡ୍‌ ପେ’ ପାଉଥିବା ୬୬୨ କଲେଜ ବର୍ଗର ଅଧ୍ୟାପକଙ୍କୁ କମ୍‌ ଦରମା ଦିଆଯିବ। ମୁଖ୍ୟମନ୍ତ୍ରୀ ଏହା ଉପରେ ହସ୍ତକ୍ଷେପ କରନ୍ତୁ ବୋଲି ସଂଘ ସଭାପତି ଗୋଲକ ନାୟକ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri