କ୍ରିସ୍‌ ହିପ୍‌କିନ୍ସ ନ୍ୟୁଜିଲାଣ୍ଡର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଓ୍ବେଲିଂଟନ୍‌,୨୨।୧: ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ଲାଗି ଜେସିଣ୍ଡା ଆର୍ଡେର୍ନ ଘୋଷଣା କରିବା ପରେ ଦେଶର ଶିକ୍ଷାମନ୍ତ୍ରୀ କ୍ରିସ୍‌ ହିପ୍‌କିନ୍ସ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ପଦ ପାଇଁ ସେ ଏକମାତ୍ର ପ୍ରାର୍ଥୀ ଭାବେ ଦୌଡ଼ରେ ପ୍ରବେଶ କରିଛନ୍ତି। ତଥାପି ୪୪ ବର୍ଷୀୟ ହିପ୍‌କିନ୍ସଙ୍କୁ ରବିବାର ପାର୍ଲାମେଣ୍ଟରେ ଲେବର ପାର୍ଟି ସଦସ୍ୟମାନଙ୍କ ସମର୍ଥନ ହାସଲ କରିବାକୁ ହେବ, ଯାହାକି ଏବେ ଏକ ଔପଚାରିକତା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ପଦରେ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ରହିବା ପରେ ଆର୍ଡେର୍ନ ଗୁରୁବାର ଇସ୍ତଫା ଘୋଷଣା କରି ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲେ। ସେ ଏବେ ଦେଶର ନେତୃତ୍ୱ ନେବା ଲାଗି ସମର୍ଥ ନୁହନ୍ତି ବୋଲି କହିଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଅନ୍ୟ କେହି ପ୍ରାର୍ଥୀ ହୋଇ ନ ଥିବାରୁ ଲେବର ପାର୍ଟି ସଦସ୍ୟମାନେ ହିପ୍‌କିନ୍ସଙ୍କୁ ସମର୍ଥନ ଦେବା ସୂଚନା ମିଳୁଛି। ଦେଶରେ ସାଧାରଣ ନିର୍ବାଚନ ପୂର୍ବରୁ ହିପ୍‌କିନ୍ସ ପ୍ରଧାନମନ୍ତ୍ରୀ ପଦରେ ୮ ମାସରୁ କମ୍‌ ସମୟ ରହିବେ। ଲେବର ପାର୍ଟି ମୁଖ୍ୟ ବିରୋଧୀ ଦଳ ନ୍ୟାଶନାଲ ପାର୍ଟିକୁ ପରାସ୍ତ କରିବ ବୋଲି ଜନମତ ସର୍ଭେରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri