ଆନ୍ଦୋଳନ ଚେତାବନୀ ଦେଲା ଭାଜପା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନକୁ ନେଇ ଭାଜପା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛି। ମଙ୍ଗଳବାର ଅଭିଯୋଗ ଦାଖଲର ଶେଷଦିନ ଧାର୍ଯ୍ୟ କରାଯାଇଛି ା ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ତାଲିକାରେ ରାଜ୍ୟ ସରକାର ସାମିଲ କରନ୍ତୁ। ଏ ନେଇ
ଆସନ୍ତା ୨୫ ତାରିଖରେ ଭାଜପା ପକ୍ଷରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯିବ ା ୭ ଦିନ ଭିତରେ ସମସ୍ୟାର ସମାଧାନ ନ ହେଲେ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଆନ୍ଦୋଳନ କରାଯିବ ା ଏହାସତ୍ତ୍ୱେ ରାଜ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କଲେ ଭାଜପା କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ସୋମବାର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ହରିଚନ୍ଦନ କହିଛନ୍ତି, ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ। ସମସ୍ତଙ୍କୁ ପକ୍କାଘର ଯୋଗାଇଦେବାକୁ କେନ୍ଦ୍ର ସରକାର ଦାୟିତ୍ୱ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ବହୁ ଆକାଂକ୍ଷିତ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’ ରାଜ୍ୟରେ ଠିକ୍‌ଭାବେ କାର୍ଯ୍ୟକାରୀ ହେବା ପାଇଁ ଭାଜପା ସତର୍କ ଦୃଷ୍ଟି ରଖିଛି। ରାଜ୍ୟରେ ୨୭ ଲକ୍ଷ ପକ୍କାଘରର ଆବଶ୍ୟକ ଥିବା ରାଜ୍ୟ ସରକାର ବିଧାନସଭାରେ କହିଥିବାବେଳେ କେନ୍ଦ୍ର ସରକାର ବର୍ତ୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ଘର ଅନୁମୋଦନ କରିଛନ୍ତି ା ସଦ୍ୟ ଆବଣ୍ଟିତ ୯.୫୮ ଲକ୍ଷ ପକ୍କାଘର ପାଇଁ ଯୋଗ୍ୟ ତାଲିକା ପ୍ରସ୍ତୁତ କରି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ଆବଶ୍ୟକ। ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି ା ଏହି ସଂଖ୍ୟା ୩ ଲକ୍ଷରୁ ଊର୍ଦ୍ଧ୍ୱ ହେବାର ପ୍ରକାଶ ପାଇଛି ା ରାଜ୍ୟ ସରକାର ଷଡ଼ଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍‌ ରଖିଛନ୍ତି ା ଜଣେ ହେଲେ ଯୋଗ୍ୟ ହିତାଧିକାରୀ ଯେପରି ପକ୍କାଘର ପାଇବାରୁ ବଞ୍ଚତ୍ତ ନ ହୁଅନ୍ତି, ସେଥିପ୍ରତି ଦଳ ସଜାଗ ରହିଛି ବୋଲି ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri