ଡେପୁଟେଶନରେ ଡାକ୍ତର, ମିଳୁନି ସ୍ବାସ୍ଥ୍ୟସେବା

ଧାମନଗର,୨୪।୧(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ସ୍ବାସ୍ଥ୍ୟସେବା। ୧୧ଜଣ ଡାକ୍ତର ଆବଶ୍ୟକ ଥିବାବେଳେ ମାତ୍ର ୪ଜଣ ଅଛନ୍ତି। ଶିଶୁ ବିଭାଗ ଓ ମେଡିସିନ ବିଭାଗରେ ଡାକ୍ତର ନ ଥିବାବେଳେ ୫ ମହିଳା ସ୍ବାସ୍ଥ୍ୟକର୍ମୀ, ୯ ପୁରୁଷ ସ୍ବାସ୍ଥ୍ୟକର୍ମୀ, ୪ ମହିଳା ସ୍ବାସ୍ଥ୍ୟ ପରିଦର୍ଶିକା, ୬ ପୁରୁଷ ସ୍ବାସ୍ଥ୍ୟ ପରିଦର୍ଶକ, ୪ ସୁପରଭାଇଜର, ୪ ଫାର୍ମାସିଷ୍ଟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀ ଖାଲିପଡ଼ିଛି। ସେହିପରି ଏଠାରେ ନିଯୁକ୍ତ ଅନ୍ୟ ଜଣେ ଡାକ୍ତର, ମହିଳା ଓ ପୁରୁଷ ସ୍ବାସ୍ଥ୍ୟକର୍ମୀ, ସିନିୟର ହେଲ୍‌ପର ବର୍ଷେରୁ ଊର୍ଦ୍ଧ୍ୱ ହେଲା ଡେପୁଟେଶନରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଅଛନ୍ତି।
ପଞ୍ଚାୟତ ଅଧୀନ ୧୫୩ ଗ୍ରାମର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ହସନାବାଦ, ଖଡ଼ିମାହାରା, ବେତାଳିଗାଁ ଆଦି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ନ ଥିବାରୁ ରୋଗୀମନେ ଏହି ଡାକ୍ତରଖାନା ଉପରେ ନିର୍ଭର କରିଥାନ୍ତି। ହେଲେ ଏଠାରେ ମଧ୍ୟ ଏଭଳି ସମସ୍ୟା ଯୋଗୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏ ସମ୍ପର୍କରେ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା. ମନ୍ମୟ ସାମନ୍ତସିଂହାର କହିଛନ୍ତି, ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶରେ ସେମାନେ ଡେପୁଟେଶନରେ ଯାଇଛନ୍ତି। ଏ ସଂକ୍ରାନ୍ତରେ ବାରମ୍ବାର ଚିଠି ମାଧ୍ୟମରେ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri