Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୨୫ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ତିନୋଟି ଗ୍ରହଯୋଗର ସୁପ୍ରଭାବରେ ଆପଣଙ୍କୁ ଆଦୌ କଳ୍ପନା କରି ନ ଥିବା କୌଣସି ମର୍ଯ୍ୟାଦାଜନକ ସ୍ଥିତିକୁ ନେଇଯାଇପାରେ। ସାମାଜିକ ଜୀବନ ଉନ୍ନତତର ରହିବ। ଅର୍ଥନୈତିକ ଅଭିବୃଦ୍ଧି, କଥନଶୈଳୀର ଲାଳିତ୍ୟ, ଲୋକପ୍ରିୟତାର ଦ୍ୟୋତକ ସାଜିପାରେ। ଈର୍ଷାପରାୟଣ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ପାପଗ୍ରହଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ। ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାରେ ଯତ୍‌ପରୋନାସ୍ତି ଚେଷ୍ଟା କରିପାରନ୍ତି। ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ନିଜ ପରିସରରେ ଘଟିଯାଉଥିବା ସମ୍ପର୍କବିହୀନ ବ୍ୟକ୍ତିମାନଙ୍କ ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ।
ମିଥୁନ
ମିଥୁନ
ଚନ୍ଦ୍ର ସ୍ବଭାବରୁ ଅଷ୍ଟମସ୍ଥ ହେତୁ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ। ପାରିବାରିକ,ଲୋକ ସମ୍ପର୍କ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ପରିସ୍ଥିତି ବଦଳି ଯିବାର ଶୁଭ ସୂଚନା ପାଇ ମନ ଖୁସୀ ହୋଇଯିବ। ଅଫିସ୍‌ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। ଚେଷ୍ଟାସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ସମ୍ପର୍କୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି। ଗବେଷଣା, ଅନୁସନ୍ଧାନ, ରଚନାମତ୍କ କାର୍ଯ୍ୟ ତଥା ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ଅସଂଯତ କାର୍ଯ୍ୟକଳାପଜନିତ ଅଭିଯୋଗ ଦ୍ୱାରା ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ।
କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଯେଉଁ କାମ ପାଇଁ ଚିନ୍ତିତ, ସେଥି ସକାଶେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ସମ୍ପନ୍ନ ହେବ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ଏକ ଭିନ୍ନ ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା ମନ୍ଥର ହୋଇପାରେ; ଯାହା କୁ ନେଇ ଅନୁଶୋଚନା କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ।
ବିଛା
ବିଛା
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ। ଯାହା ହୋଇ ପାରିନାହିଁ, ସେଥିପାଇଁ ଚିନ୍ତା ନ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କଲେ ଉପକୃତ ହେବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ସତ୍ୟର ପରିପନ୍ଥୀ ହେତୁ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ। କିନ୍ତୁ ଅନ୍ୟ ଦିଗରୁ ଉପକୃତ ହେବେ।
ଧନୁ
ଧନୁ
ଆଜି ଦିନଟିରେ ସହଜରେ କାମ ହାସଲ ହେବା କଷ୍ଟକର ହୋଇପାରେ। ଅର୍ଥନୈତିକ ଅଭିବୃଦ୍ଧି କାରଣରୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ଆଲୋଚନା ପରିସରରେ ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲର ରାସ୍ତା ଉନ୍ମୁକ୍ତ କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ।
କୁମ୍ଭ
କୁମ୍ଭ
ଦୂରଦର୍ଶିତା ଗୁଣ ହେତୁ ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ଆଡଜଷ୍ଟ କରାଇ ନେବାରେ ଅସୁବିଧା ରହିବ ନାହିଁ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କର୍ମକ୍ଷେତ୍ରରେ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ।
ମୀନମୀନ
କୌଣସି କାମ ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି। ଅନ୍ୟମାନେ ଶତ୍ରୁତା କଲେ ମଧ୍ୟ ଆପଣଙ୍କ ପ୍ରତିଷ୍ଠା ନୂ୍ୟନ ହେବ ନାହିଁ। ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri