ଚେତିଲା ଏନ୍‌ଏଚ୍‌ଏଆଇ: ଦୁର୍ଘଟଣାସ୍ଥଳରେ ଲାଗିଲା ସାଇନେଜ୍‌

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ସଦର ଥାନା ୫୫ନଂ. ଜାତୀୟ ରାଜପଥର ପଞ୍ଚୁପଟିଠାରେ ସୋମବାର ଭୋର୍‌ ସମୟରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗସ୍ତ ହୋଇ ୨ ମହିଳା ଯାତ୍ରୀଙ୍କୁ ମୃତ୍ୟୁ ଘଟିଥିଲା। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଡାଇଭର୍ସନ କିମ୍ବା ସାଇନେଜ୍‌ ନ ଥିବାରୁ ସମ୍ବଲପୁରରୁ ପିକ୍‌ନିକ୍‌ ସାରି କେନ୍ଦ୍ରାପଡା ଅଭିମୁଖେ ଫେରୁଥିତ୍ବା ଘରୋଇ ବସ୍‌ ‘ନୀଳମାଧବ’ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ପକ୍ଷରୁ ମଙ୍ଗଳବାର ଦୁର୍ଘଟଣା ଘଟିଥିବା ସ୍ଥାନରେ ସାଇନେଜ୍‌ ଲଗାଯାଇଛି।
ସୂଚନାଯୋଗ୍ୟ, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଛି। ବିଭିନ୍ନ ସ୍ଥାନରେ ପୋଲଗୁଡ଼ିକ ଅଧାପନ୍ତରିଆ ଅବସ୍ଥାରେ ରହିଛି। ତେଣୁ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଛି। ତେଣୁ ଏନ୍‌ଏଚ୍‌ଏଆଇ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଅଞ୍ଚଳବାସୀ ଜିଲାପାଳଙ୍କୁ ଅନୁରୋଧ କରିଥିଲେ। ଏନ୍‌ଏଚ୍‌ଏଆଇ ଅଧିକାରୀଙ୍କ ସହିତ ଆଲୋଚନା କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ମାଟି ଗଦାକରି ସାଇନେଜ୍‌ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri