Posted inଜାତୀୟ

ରାଷ୍ଟ୍ରପତି ଭବନରେ ଏଲ ସିସିଙ୍କୁ ଗାର୍ଡ ଅଫ ଅନର: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ…

ନୂଆଦିଲ୍ଲୀ,୨୫।୧ : ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଏଲ ସିସି ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ତାଙ୍କୁ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ କରିଥିଲେ। ଇଜିପ୍ଟର ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ରାଷ୍ଟ୍ରପତି ଏଲ ସିସି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ, ଯେଉଁଥିରେ ବ୍ୟବସାୟ, ପ୍ରତିରକ୍ଷା ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବା ବୋଲି କୁହାଯାଉଛି।

ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଏଲ ସିସିଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଭାରତରୁ ଅନେକ ପ୍ରତିରକ୍ଷା ଉପକରଣ ଏବଂ ଯୁଦ୍ଧ ବିମାନ କିଣିବାକୁ ଇଜିପ୍ଟ ଆଗ୍ରହ ଦେଖାଇଛି। ଯୁଦ୍ଧ ବିମାନର ଇଞ୍ଜିନ ଏକାଠି କରିବା ପାଇଁ ଦୁଇ ଦେଶ ମଧ୍ୟରେ ସହଯୋଗ ଉପରେ ମଧ୍ୟ ଆଲୋଚନା ହୋଇପାରେ।

କରୋନା ମହାମାରୀ ପରେ ଭାରତ ଏବଂ ଇଜିପ୍ଟ ମଧ୍ୟରେ ବ୍ୟବସାୟ ଆରମ୍ଭ ହୋଇଛି। ୨୦୨୧-୨୨ଆର୍ଥିକ ବର୍ଷରେ ଭାରତ ଏବଂ ଇଜିପ୍ଟ ମଧ୍ୟରେ ବାଣିଜ୍ୟ ୭.୨୬ ବିଲିୟନ ଡ଼ଲାରରେ ପହଞ୍ଚିଛି ଏବଂ ପୂର୍ବ ବର୍ଷ ତୁଳନାରେ ଏହା ଅଧିକ ରହିଛି। ୨୦୨୬-୨୭ ଆର୍ଥିକ ବର୍ଷ ସୁଦ୍ଧା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ୧୨ ବିଲିୟନ ଡ଼ଲାରରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି। ଇଜିପ୍ଟ ମଧ୍ୟ ସୁଇଜ କେନାଲକୁ ବିସ୍ତାର କରୁଛି ଏବଂ ଭାରତ ମଧ୍ୟ ଏଥିରେ ପୁଞ୍ଜି ବିନିଯୋଗର ସୁଯୋଗ ଖୋଜୁଛି। ଇଜିପ୍ଟର ରାଷ୍ଟ୍ରପତି ମଧ୍ୟ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ଆଲୋଚନା କରିବେ।
ଏଲ ସିସି ମୁଖ୍ୟ ଅତିଥି ଭାବରେ ୨୬ ଜାନୁୟାରୀ ୨୦୨୩ ରେ ଆୟୋଜିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗଦେବେ। ଇଜିପ୍ଟ ସୈନ୍ୟବାହିନୀର ଏକ ଦଳ ମଧ୍ୟ ପରେଡରେ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri