ଚଳନ୍ତା ବସ୍‌ରେ ଯାତ୍ରୀଙ୍କ ମୃତଦେହ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଫେରିବା ସମୟରେ ଘଟିଛି ଅଘଟଣ। ଚଳନ୍ତା ବସ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଫୁଲନଖରା ଅଞ୍ଚଳର କିଛି ପର୍ଯ୍ୟଟକ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ୨୦ ନଂ ଜାତୀୟ ରାଜପଥ ବିର୍ସାମୁଣ୍ଡା ଛକ ନିକଟରେ ଚଳନ୍ତା ବସ୍‌ରୁ ଜଣେ ପର୍ଯ୍ୟଟକ ଖସିପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କୁ ବସ୍‌ ଯୋଗେ ନିଆଯାଇଥିଲା। ଖବର ପାଇ ଘସିପୁରା ପୋଲିସ ହନପୁର ଟୋଲ୍‌ଗେଟ୍‌ ନିକଟରୁ ମୃତ ବୃକ୍ତିଙ୍କ ମୃତଦେହ ଜବତ କରି ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ବସ୍‌ରେ ଥିବା ଅନ୍ୟ ଯାତ୍ରୀମାନେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ଆଣୁଥିଲେ। କିନ୍ତୁ ଟୁରିଷ୍ଟ ବସ୍‌ ହୋଇଥିବାରୁ ସେମାନେ ଡାକ୍ତରଖାନାକୁ ଅତିକ୍ରମ କରି ପଳାଇଥିଲେ। ଆମ୍ଭେ ଖବର ପାଇ ଟୋଲ୍‌ଗେଟ୍‌ ପାଖରେ ପହଞ୍ଚି ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିଥିବା ଘସିପୁରା ଥାନାଧିକାରୀ ବିକ୍ରମ କୁମାର ଭୁୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri