ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ, ୨୬।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୩୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୨୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୩୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୬୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri