Posted inରାଜ୍ୟ

ପ୍ରତି ବିଦ୍ୟାଳୟରେ ରହିବ ‘ହାଉସ୍‌ ସିଷ୍ଟମ୍‌’

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟରେ ଆରମ୍ଭ ହେବ ‘ହାଉସ୍‌ ସିଷ୍ଟମ୍‌’। ସ୍କୁଲ୍‌ରେ ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ହାଉସ୍‌ ଗଠନ କରାଯିବ ଏବଂ ପ୍ରତ୍ୟେକ ହାଉସ୍‌ରେ ଉଭୟ ଛାତ୍ରୀ ଏବଂ ଛାତ୍ର ରହିବେ। ସପ୍ତାହର ପ୍ରତ୍ୟେକ ଶନିବାର ଛାତ୍ରୀଛାତ୍ରମାନେ ବିଭିନ୍ନ ପ୍ରକାର ସହପାଠ୍ୟଭିତ୍ତିକ ଏବଂ ଆକାଂକ୍ଷିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଆଗାମୀ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଏହି ହାଉସ୍‌ ବ୍ୟବସ୍ଥା ଲାଗୁ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌. କହିଛନ୍ତି। ସେହିପରି ସ୍କୁଲ ଶିକ୍ଷାରେ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବାକୁ ପୂର୍ବରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଥିବା ସ୍କୁଲ୍‌ କ୍ୟାବିନେଟ୍‌କୁ ଅଧିକ କାର୍ଯ୍ୟକ୍ଷମ କରାଯିବ ବୋଲି ସଚିବ କହିଛନ୍ତି।

ବୁଧବାର ‘ମୋ ସ୍କୁଲ୍‌ ଅଭିଯାନ’ର ୩୮ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଯୋଗଦେଇ ବିଭାଗୀୟ ଶାସନ ସଚିବ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଷ୍ଟୁଡେଣ୍ଟ ଡାଏରୀ ବାଧ୍ୟତାମୂଳକ କରିବା ଏବଂ ପ୍ରତ୍ୟେକ ବିଦ୍ୟାଳୟରେ ଏକାଡେମିକ୍‌ କ୍ୟାଲେଣ୍ଡର୍‌ ପ୍ରଚଳନ କରିବାକୁ କହିଥିଲେ। ସେହିଭଳି ଆସନ୍ତା ଫେବୃୟାରୀରେ ପୁରାତନ ଛାତ୍ରୀଛାତ୍ରଙ୍କ ସହ ସମସ୍ତ ଜିଲାର ଜିଲା ଶିକ୍ଷାଧିକାରୀ ଏବଂ ଜିଲାପାଳଙ୍କୁ ନେଇ ‘ମୋ ସ୍କୁଲ୍‌’ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ‘ମୋ ସ୍କୁଲ୍‌ ଅଭିଯାନ’ ଅଧୀନରେ ଭଲ ପ୍ରଦର୍ଶନ କରିଥିବା ଜିଲାମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବ। ବୈଠକରେ ଓଡ଼ିଶାର ୨୮ଟି ଜିଲାର ମୋଟ ୨୩୦ କୋଟି ୩୧ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି, ଯାହାକି ୩,୮୨୦ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri