Posted inଜାତୀୟ

ଗଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତି ବାଛିଲେ ଓଡ଼ିଶା ରେଶମ ଶାଢ଼ି

ନୂଆଦିଲ୍ଲୀ,୨୬।୧: ଦେଶ ଆଜି ୭୪ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଗଡ଼ି ହୃଦୟ ଜିତିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଢ଼ି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେ ପ୍ରାୟତଃ ରେଶମରୁ ନିର୍ମିତ ଶାଢ଼ି ପିନ୍ଧିଥାନ୍ତି। ହେଲେ ଏଥର ଗଣତନ୍ତ୍ର ଦିବସରେ ସେ ଓଡ଼ିଶା ରେଶମ ଶାଢ଼ିକୁ ବାଛିଛନ୍ତି। ପୂର୍ବରୁ ରାଷ୍ଟ୍ରପତି ମୁର୍ମୁ ଶପଥ ଗ୍ରହଣ ସମାରୋହରେ ସାନ୍ତାଳୀ ଶାଢ଼ି ପିନ୍ଧିଥିଲେ।

ଗୋଲାପୀ ଏବଂ ଧଳା ରଙ୍ଗର ଶାଢ଼ି ସହ ରାଷ୍ଟ୍ରପତି ଏକ ବାଦାମୀ ରଙ୍ଗର ଶଲ୍‌ ପିନ୍ଧିଥିଲେ। କର୍ତ୍ତବ୍ୟ ପଥରେ ତାଙ୍କ ଆଗମନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ବାଗତ କରିଥିଲେ। ବାୟୁସେନା ଅଧିକାରୀ ଫ୍ଲାଇଟ ଲେଫ୍ଟନାଣ୍ଟ କୋମଲ ରାନୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ଜାତୀୟ ସଙ୍ଗୀତ ବାଜିବା ସହ ରାଷ୍ଟ୍ରପତିଙ୍କୁ ୨୧ ତୋପ ସଲାମୀ ଦିଆଯାଇଥିଲା।

ସେହିଭଳି ପ୍ରଧାନମନ୍ତ୍ରୀ ମୋଦି ଭାରତର ବିବିଧତାର ପ୍ରତୀକ ବହୁ ରଙ୍ଗର ରାଜସ୍ଥାନୀ ପଗଡ଼ି ପିନ୍ଧିଥିଲେ। ଏହାଛଡ଼ା ସେ ଧଳା କୁର୍ତ୍ତା ଏବଂ କଳା କୋଟ-ପ୍ୟାଣ୍ଟ ସହ ଏକ ଧଳା ଶଲ୍‌ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri