Posted inଜାତୀୟ

‘ହାଇ କମାଣ୍ଡ’ ଶବ୍ଦ ଏଠାରୁ ଅଦୃଶ୍ୟ, ୧୫୬ ଆସନ ପାଇଁ ଗେହଲୋଟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ

ଜୟପୁର,୨୭ ।୧: ରାଜସ୍ଥାନରେ ଚଳିତ ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏଥର ମଜଭୁତ ଭାବେ ଅଡି ବସିଛନ୍ତି । ତାଙ୍କୁ ଲାଗୁଛି କି ପୁଣିଥରେ ତାଙ୍କ ସରକାର ଫେରିବ । ସେ ସାଧାରଣତନ୍ତ୍ର ଦିବସରେ ଏକ ବଡ ସଙ୍କେତ ସହ ଏକ ବାର୍ତ୍ତା ଦେଇଛନ୍ତି ଏହି ବାର୍ତ୍ତାରେ ଟାଇମିଂର ଚର୍ଚ୍ଚା ଅଧିକ ରହିଛି । କାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଲୱାଡା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଗେହଲୋଟ କହିଛନ୍ତି ଗତ ଥରର ନିର୍ବାଚନ କଂଗ୍ରେସ ମୋଦି ଲହରରେ ହାରି ଯାଇଥିଲା ହେଲେ ଏଥର ସେମିତି ହେବ ନାହିଁ ।
ମୋଦିଙ୍କ ଗସ୍ତର ଗୋଟିଏ ଦିନ ପୂର୍ବରୁ ଏହି ବୟାନର ଅନେକ କାରଣ ବାହାରୁଛି । ଅନ୍ୟପଟେ ଗତବର୍ଷ ପ୍ରତ୍ୟେକ କଂଗ୍ରେସ ନେତା ହାଇ କମାଣ୍ଡଙ୍କ କଥା କହୁଥିଲେ, ହେଲେ ଏବେ ଲାଗୁଛି ସେ ହଠାତ୍ ବୋଧହୁଏ ହାଇ କମାଣ୍ଡ ଶବ୍ଦକୁ ଭୁଲି ଯାଇଛନ୍ତି । ତେଣୁ ଏଥର ହାଇ କମାଣ୍ଡଙ୍କ ଚର୍ଚ୍ଚା କରି ନାହାନ୍ତି । ଗେହଲୋଟ ନୂଆ ସ୍ଲୋଗାନ ଦେଇଛନ୍ତି ୧୫୬ ଆସନର । ମୁଖ୍ୟମନ୍ତ୍ରୀ ଏକଜୁଟ ହେବାର କଥା ବି କହିନ୍ତି । ଏହି କଥା ଓ କାମରେ ଟାଇମିଂ ଗୁରତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ୧୫୬ ଆସନରେ ବିଜୟୀ ହେବେ ବୋଲି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେତେବେଳେ ସେ ଅଧ୍ୟକ୍ଷ ଥିଲେ ସେତେବେଳେ ଭଲ କାମ ହେଉଥିଲା । ଗତଥର ଜନତାଙ୍କ ହୃଦୟରେ ଥିଲା କି ଗେହଲୋଟ ମୁଖ୍ୟମନ୍ତ୍ରୀ ହୁଅନ୍ତୁ । ୧୫୬ ଆସନରେ ବିଜୟୀ ହେବା କହି ଗେହଲୋଟ ବଡ ବାଜି ଲଗାଇଛନ୍ତି । ଏହାପଛରେ ଅନେକ ରାଜନୈତିକ କାରଣ ଥିବା କୁହାଯାଉଛି । ହେଲେ ଏହା ଏକ ପ୍ରକାର ନିର୍ବାଚନ ପୂର୍ବର ମାଷ୍ଟର ଷ୍ଟ୍ରୋକ ବୋଲି ବି କୁହାଯାଉଛି । ଆସନ ଜିତିବାର ନାରା ଭାଜପା ଦେଇ ଆସୁଛି । ହେଲେ ଏଥର ଗେହଲୋଟ ଖୋଲାଖୋଲି ଭାବେ ଏହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri