ଲୁକ୍କାୟିତ ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବାର ପ୍ରୟାସ

କଳା, ସଂସ୍କୃତି ଓ ପରମ୍ପରାରେ ପରିପୂର୍ଣ୍ଣ ମୟୂରଭଞ୍ଜ ଜିଲା। ଏଠାରେ ରହିଛନ୍ତି ଅନେକ ଲୁକ୍କାୟିତ ପ୍ରତିଭା; ଯାହାକୁ ଲୋକଲୋଚନକୁ ଆଣିବାକୁ ଅଣ୍ଟା ଭିଡିଛି ୟଙ୍ଗ ମାସ୍‌ ଆସୋସିଏଶନ(ଓ୍ବାଇଏମ୍‌ଏ)। ଦୀର୍ଘ ୨୮ବର୍ଷ ଧରି ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ନେଇ ଗଢ଼ି ଉଠିଥିବା ଏହି ସଙ୍ଗଠନ କୁନି କୁନି ଶିଶୁ କଳାକାରଙ୍କଠାରୁ ଆରମ୍ଭ କରି ଯୁବ କଳାକାରମାନଙ୍କୁ ଆଗକୁ ବଢ଼ିବାର ସୁେଯୋଗ ଦେଇ ଚାଲିଛି। ଆଉ ଜିଲା ତଥା ରାଜ୍ୟରେ ପ୍ରଶଂସା ଲାଭ କରିଛି। ଦରିଦ୍ର ଓ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚାଲିଥିବା ବେଳେ ରକ୍ତଦାନ ଭଳି ମହତ୍‌ ଦାନ କାର୍ଯ୍ୟକ୍ରମକୁ ବଜାୟ ରଖିଛି। ଜିଲାର ବେତନଟୀ ବ୍ଲକ ମୁଖ୍ୟାଳୟରେ ଥିବା ଓ୍ବାଇଏମ୍‌ଏ ସଙ୍ଗଠନ ୧୯୯୩ ଡିସେମ୍ବର ୩୧ରେ ୨୫ଜଣ ସଦସ୍ୟଙ୍କୁ ନେଇ ଆରମ୍ଭ କରାଯାଇଥିଲା, ଯାହାର ବର୍ତ୍ତମାନ ସଦସ୍ୟ ସଂଖ୍ୟା ୫୦୦। ସେବେଠୁ ସଂଗଠନ ପକ୍ଷରୁ ବୃକ୍ଷରୋପଣଠାରୁ ଆରମ୍ଭ କରି ସ୍ବଚ୍ଛତା, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଶିକ୍ଷା ବ୍ୟବସ୍ଥା ଓ ଜଳଦାନ ଭଳି ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଅଞ୍ଚଳବାସୀଙ୍କ ସହାୟତା ଭଳି କାର୍ଯ୍ୟକ୍ରମ କରାଯାଇଆସୁଛି। ବର୍ଷ ଶେଷରେ ଅର୍ଥାତ୍‌ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଦିନିକିଆ କାର୍ଯ୍ୟକ୍ରମରେ ୫ଟି ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥାଏ, ଯେଉଁଥିରେ ଆଖପାଖ ଅଞ୍ଚଳର ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରିଥା’ନ୍ତି ଏବଂ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ଟ୍ରଫି ପ୍ରଦାନ କରାଯାଏ। ତେବେ ଗତବର୍ଷ ଡିସେମ୍ବର ୩୧ରୁ ଜାନୁୟାରୀ ୪ ପର୍ଯ୍ୟନ୍ତ ୫ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୪୫ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ୨ ହଜାରରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ପ୍ରତିଦିନ ସନ୍ଧ୍ୟାରେ ଜିଲାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ସିନେ ପରଦାରେ ଆଗଧାଡ଼ିର କଳାକାରମାନେ ଏଥିରେ ଉପସ୍ଥିତ ରହି ଲୋକଙ୍କ ମନୋରଞ୍ଜନ କରିଥିଲେ। ସମସ୍ତ ସଦସ୍ୟ ଶୃଙ୍ଖଳିତ ରହି କାର୍ଯ୍ୟକ୍ରମକୁ ସଫଳ କରିଚାଲିଛନ୍ତି। ସଙ୍ଗଠନ ସଭାପତି ପ୍ରଦୀପ କୁମାର ସାମଲ ଓ ସମ୍ପାଦକ ସିପୁନ ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ହୋଇଥାଏ। ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜଭୁତ କରି ଅଞ୍ଚଳର ବିକାଶ କରିବା ସହ ଜିଲାର ଐତିହ୍ୟକୁ ବଜାୟ ରଖିବାକୁ ପ୍ରୟାସ ଜାରି ରହିବ ବୋଲି ସଦସ୍ୟମାନେ ମତପ୍ରକାଶ କରିଛନ୍ତି।
– ନୀଳାଦ୍ରି ବିହାରୀ ଦଣ୍ଡପାଟ


Enter your email to get our daily news in your inbox.

All Right Reserved By Dharitri.Com

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri