ଦୁଇ ହାତୀ ଦାନ୍ତ ଜବତ, ୪ଗିରଫ

ବାରିପଦା ଅଫିସ,୨୯ା୧: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତର ଡିଭିଜନ୍‌ ତାଳବନ୍ଦ ରେଞ୍ଜରୁ ଗଳିତ ଦନ୍ତାହାତୀର ଦୁଇ ଦାନ୍ତକୁ ପୋଲିସ ଓ ବନବିଭାଗ ମିଳିତ ଭାବେ ଜବତ କରିଛି । ଏ ସଂକ୍ରାନ୍ତରେ ୱାଇଲ୍ଡ ଲାଇଫ ଆକଟ ଅନୁଯାୟୀ ମାମଲା ରୁଜୁ ହେବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛିି । ଅଭିଯୁକ୍ତମାନେ ହେଲେ ଗୋବିନ୍ଦ ହେମ୍ବ୍ରମ, କୁନାସିଂ ନାଏକ, ରାମରାୟ ଟୁଡୁ ଓ କୁନା ନାଏକ । ଜବତ ହାତୀ ଦାନ୍ତର ଓଜନ ୪୦କିଗ୍ରା ବୋଲି ଏକ ପ୍ରେସ ବିବୃତିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତର ଡିଭିଜନର ଉପ ନିର୍ଦ୍ଦେଶକ ସାଇ କିରଣ ପ୍ରକାଶ କରିଛନ୍ତି ।
ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ବିଶୋଇ ପୋଲିସ ଓ ବନବିଭାଗ ଅଧିକାରୀ ମିଳିତ ଭାବେ ରୁଗୁଡିଡିହୀ, ମାଟିଆଣି ଓ ତଳକବାଡି ଗାଁରେ ଚଢାଉ କରିଥିଲେ । ରୁଗୁଡିହୀ ଓ ତଳକବାଦିରୁ ଦୁଇଟି ଦାନ୍ତ ମିଳିଥିବା ବେଳେ ମୋଟ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ । ଗୋଟିଏ ଦାନ୍ତ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ହେମ୍ବ୍ରମଙ୍କ ନଡା ଗଦାରୁ ମିଳିଥିବା ବେଳେ ଆଉ ଗୋଟିଏ ଅଭିଯୁକ୍ତ ମାତାଲଙ୍କ ଘରପଛ ବିଲ ଖୋଲି ମାଟି ତଳୁ ମିଳିଥିଲା । ତେବେ ଘଟଣାର ତଦନ୍ତ ଚାଲିଥିବା ବେଳେ ଅନ୍ୟ କେଉଁମାନେ ଜଡିତ ରହିଛନ୍ତି ତାହାକୁ ନେଇ ତନାଘନା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri