ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆଇଆଇଏମ୍‌ ନୂତନ କ୍ୟାମ୍ପସ

ସମ୍ବଲପୁର,୨୯ା୧(ବ୍ୟୁରୋ): ସମ୍ବଲପୁରର ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ୍‌)ର ନିଜସ୍ବ ସ୍ଥାୟୀ କ୍ୟାମ୍ପସ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏ ନେଇ ଆଇଆଇଏମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୨୦୧୫ରୁ ଅସ୍ଥାୟୀ ଭାବେ ସମ୍ବଲପୁରରେ ପାଠପଢା ହେଉଛି। ନୂତନ ଅତ୍ୟାଧିନିକ କ୍ୟାମ୍ପସ ଲୋକାର୍ପଣ ହେଲେ ପାଠପଢାର ସୁନ୍ଦର ପରିବେଶ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।
ସୂଚନାଯୋଗ୍ୟ, ମହାନଦୀ ଅପରପାର୍ଶ୍ୱ ବସନ୍ତପୁରଠାରେ ପ୍ରାୟ ୨ଶହ ଏକର ଜମିରେ ଆଇଆଇଏମ୍‌-ଏସ୍‌ର ନିଜସ୍ବ କ୍ୟାମ୍ପସ ନିର୍ମାଣ କାର୍ଯ୍ୟ ଚାଲିଛି। ଏହାର ୯୦ ପ୍ରତିଶତ ସିଭିଲ୍‌ କାମ ସମ୍ପୂର୍ଣ୍ଣ ହୋଇସାରିଛି। ଅଭ୍ୟନ୍ତରୀଣ ଓ ବୈଦ୍ୟୁତିକ କାମ ତ୍ୱରାନ୍ବିତ କରାଯାଇଛି। ମାର୍ଚ୍ଚ ସୁଦ୍ଧା କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଧାର୍ଯ୍ୟ ହୋଇଛି ବୋଲି ଆଇଆଇଏମ୍‌ ପକ୍ଷରୁ ଠିକା ସଂସ୍ଥାକୁ ତାଗିଦା କରାଯାଇଛି। ପ୍ରସ୍ତାବିତ ନୂତନ କ୍ୟାମ୍ପସରେ ୫ଶହ ଛାତ୍ରୀଛାତ୍ରଙ୍କ ପାଇଁ ହଷ୍ଟେଲ, ଶ୍ରେଣୀ କକ୍ଷ, ପ୍ରଶାସନିକ ଭବନ, ପାଠାଗାର, ପ୍ରେକ୍ଷାଳୟ, ଏକ୍‌ଜିକ୍ୟୁଟିଭ ପ୍ରବନ୍ଧନ କେନ୍ଦ୍ର, ଇନ୍‌କ୍ୟୁଭେଶନ କେନ୍ଦ୍ର, ଅଧିକାରୀ-କର୍ମଚାରୀମାନଙ୍କ ପାଇଁ କମ୍ପ୍ଲେକ୍ସ ଜିମ୍ନାସିୟମ୍‌, କ୍ରୀଡ଼ା କମ୍ପ୍ଲେକ୍ସ ଆଦି ସୁବିଧା ରହିବ। ଏହି ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୪୦୧ କୋଟି ଟଙ୍କା ମଞ୍ଜୁର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri