Posted inଫୁରସତ

ଛାତ ଉପରେ ଗୁଡ଼ି ଉଡ଼ାଉଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପଶୁମାନେ ଏମିତି କିଛି କାମ କରିଥାନ୍ତି, ଯାହା ଆଶ୍ଚର୍ଯ୍ୟ କରିଥାଏ। ମଣିଷମାନେ ଯାହା କରନ୍ତି, ସେମାନେ ଏହାକୁ ନକଲ କରିଥାନ୍ତି। ଏବେ ସୋସିଆଲ ମିଡିଆରେ ଏକ ମାଙ୍କଡ଼ ଗୁଡ଼ି ଉଡ଼ାଉଥିବାର ଭିଡିଓ ଭାଇରାଲ ହେଉଛି। ଏମିତିରେ ମାଙ୍କଡ଼ମାନେ ମଣିଷର ପୂର୍ବଜ ଅଟନ୍ତି। ତେଣୁ ମଣିଷର ଚାଲିଚଳନ ଯାହା ସେମାନେ ଅବିକଳ କରିଥାନ୍ତି।

sad_status_songs ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଭିଡିଓଟି ଶେୟାର ହୋଇଛି। ଯେଉଁଥିରେ ଏକ ମାଙ୍କଡ଼ ଛାତ ଉପରେ ଚଢ଼ି ଏକ ଗୁଡ଼ି ଉଡ଼ାଉଥିବାର ଦେଖିବାକୁ ମିଳିଛି। ମଣିଷ ପରି ମାଙ୍କଡ଼ଟି ହାତରେ ନଟେଇ ଧରି ଗୁଡ଼ି ଉଡ଼ାଉଛି। ସେ ଆକାଶରେ ଉଡୁଥିବା ଅନ୍ୟ ଗୁଡ଼ିକୁ କାଟିବାକୁ ଚାହୁଁଛି। ଏହି ସମୟରେ ବାହାରେ ଥିବା ଲୋକମାନେ ମାଙ୍କଡ଼ର ଗୁଡ଼ି ଉଡ଼ାକୁ ବେଶ୍‌ ଆଗ୍ରହର ସହ ଉପଭୋଗ କରୁଛନ୍ତି।

ସୋସିଆଲ ମିଡିଆ ବ୍ୟବହାରକାରୀମାନେ ମାଙ୍କଡ଼ର ଗୁଡ଼ା ଉଡ଼ା ଶୈଳୀକୁ ପସନ୍ଦ କରିଛନ୍ତି। ଏହାପୂର୍ବରୁ ମାଙ୍କଡ଼ମାନଙ୍କ ଅନେକ କାର୍ଯ୍ୟକଳାପ ଦେଖିବାକୁ ମିଳିଥିଲା। କିନ୍ତୁ ଗୁଡ଼ି ଉଡ଼ାଇବା ପ୍ରତିଭା ଅଧିକାଂଶ ଲୋକଙ୍କ ପାଇଁ ନୂଆ ଥିଲା। ଭିଡିଓଟିକୁ ୪ ଲକ୍ଷରୁ ଅଧିକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri