ମହିଳାଙ୍କୁ ନିଯୁକ୍ତି ସୁଯୋଗ ଦେଇଛି କାଜୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ବ୍ୟୁରୋ):ଭାରତ ସରକାରଙ୍କ କୋଚିନ୍‌ସ୍ଥିତ କାଜୁ ଓ କୋକୋ ଉନ୍ନୟନ ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କାଜୁ ସମ୍ପର୍କିତ ୨ ଦିନିଆ ଜାତୀୟ ସମ୍ମିଳନୀ ସୋମବାର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଉଦ୍‌ଘାଟିତ ହୋଇଛି।
ଏହି ଅବସରରେ ଏକ ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶା କାଜୁ ଉତ୍ପାଦନ ଏବଂ ପ୍ରକ୍ରିୟାକରଣରେ ଏକ ଅଗ୍ରଣୀ ରାଜ୍ୟ। କାଜୁ ଲକ୍ଷ ଲକ୍ଷ ଗରିବ ଲୋକଙ୍କୁ ବିଶେଷ କରି ମହିଳାମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇଥାଏ। ରାଜ୍ୟରେ କାଜୁ ଚାଷ ଓ ପ୍ରକ୍ରିୟାକରଣର ବ୍ୟାପକ ସୁଯୋଗ ରହଛି। ମହିଳାମାନେ ରାଜ୍ୟରେ କାଜୁର ବିକାଶ ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ବିଶ୍ୱାସ ପ୍ରକଟ କରିଛନ୍ତି। ଏଥି ସହିତ ଜାତୀୟ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ବୈଜ୍ଞାନିକ, ଶିକ୍ଷାବିତ୍‌, କାଜୁଚାଷୀ ଓକାଜୁ ଶିଳ୍ପୋଦ୍ୟୋଗୀମାନେ ନୂତନ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ କାଜୁ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି ଦିଗରେ ସମାଧାନର ପନ୍ଥା ନିର୍ଦ୍ଧାରଣ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କହିଛନ୍ତି। ସମ୍ମିଳନରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି ଯେ ଓଡ଼ିଶାର ଜଳବାୟୁ ଓ ମୃତ୍ତିକା କାଜୁ ଚାଷ ନିମନ୍ତେ ଅତ୍ୟନ୍ତ ଉପଯୋଗୀ। ଚଳିତ ବର୍ଷ ରାଜ୍ୟର ୨୦ ହଜାର ହେକ୍ଟର ଜମିରେ ନୂତନ ଭାବରେ କାଜୁ ଚାଷ କରାଯିବା କାର୍ଯ୍ୟକ୍ରମ ହାତକୁ ନିଆଯିବ। ରାଜ୍ୟର ଜନଜାତି ଓ ପଛୁଆ ଜିଲାଗୁଡ଼ିକରେ କାଜୁ ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। କାଜୁ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି ନିମନ୍ତେ ନୂତନ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ସହ ଉନ୍ନତ ମାନର ଚାରା ଓ ପରିଚାଳନା ଆବଶ୍ୟକ ରହିଛି ବୋଲି ସଚିବ କହିଛନ୍ତି। କେନ୍ଦ୍ର ସରକାରଙ୍କ ଉଦ୍ୟାନ କୃଷି ବିଭାଗର କମିଶନର ପ୍ରଭାତ କୁମାର କହିଛନ୍ତି ଯେ କାଜୁରେ ନୂଆ ଷ୍ଟାର୍ଟଅପ୍‌ ପ୍ରତିଷ୍ଠା କରିବାରେ ଅନେକ ସୁଯୋଗ ରହିଛି। କାଜୁଚାଷ ନିମନ୍ତେ କ୍ଲଷ୍ଟରପନ୍ଥା ଆପଣାଇବା ସହିତ ମୂଲ୍ୟବୃଦ୍ଧି ବଜାରୀକରଣ ସୃଷ୍ଟି ଉପରେ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି। ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି ଯେ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ଟି ହାଇବ୍ରିଡ୍‌ କାଜୁ କିସମ ତିଆରି କରାଯାଇଛି। ଏଥିସହିତ ବିଶ୍ୱବିଦ୍ୟାଳୟ ପକ୍ଷରୁ କଳିଙ୍ଗ କାଜୁ-୧ ନାମରେ ଏକନୂତନ ହାଇବ୍ରିଡ୍‌ କିସମ ମଧ୍ୟ ଖୁବଶୀଘ୍ର ବାହାର କରାଯିବାର କାର୍ଯ୍ୟ କ୍ରମ ରହିଛି। କାଜୁ ବଗିଚାରେ ସାରୁ, ଭେଣ୍ଡି, ବାଇଗଣ ଇତ୍ୟାଦି ଚାଷ କଲେ ଚାଷୀଙ୍କ ରୋଜଗାର ବୃଦ୍ଧି ପାଇବ ବୋଲି ସେ କହିଛନ୍ତି। କାଜୁ ଉନ୍ନୟନ ନିଗମର ଅଧ୍ୟକ୍ଷ ସୁବାସଚନ୍ଦ୍ର ମହାରଣା କହିଛନ୍ତି ଯେ ଓଡ଼ିଶାରେ କାଜୁ ମୁଖ୍ୟତଃ ଜୈବିକ ପ୍ରଣାଳୀରେ ଚାଷ କରାଯାଇଥାଏ ଏବଂ କୋରାପୁଟ କାଜୁର ଚାହିଦା ବିଶ୍ୱବଜାରରେ ରହିଛି। ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା କହିଛନ୍ତି ଯେ ରାଜ୍ୟରେ ସଂପ୍ରତି ଏକ ଲକ୍ଷ ୨୦ ହଜାର ହେକ୍ଟର ଜମିରେ କାଜୁଚାଷ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri