Posted inଜାତୀୟ

ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ସଦନର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ଅର୍ଥ ବିଲ୍‌ ଅନୁମୋଦନକୁ ସରକାର ସର୍ବାଧିକ ପ୍ରାଥମିକତା ଦେବାକୁ ଥିବାବେଳେ ବିରୋଧୀ ଦଳଗୁଡ଼ିକ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ପାଇଁ ଯୋଜନା କରିଛନ୍ତି। ଏହି ପ୍ରସଙ୍ଗ ମଧ୍ୟରେ ରହିଛି ଆଦାନୀ-ହିଣ୍ଡେନବର୍ଗ ବିବାଦ, ଦେଶବ୍ୟାପୀ ଜାତିଭିତ୍ତିକ ଅର୍ଥନୈତିକ ଜନଗଣନା ଏବଂ ମହିଳା ସଂରକ୍ଷଣ ବିଲ୍‌। ୨୦୨୪ରେ ଲୋକ ସଭା ନିର୍ବାଚନ ହେବାକୁ ଥିବାରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ତାଙ୍କର ଶେଷ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଗୃହରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ।
ଅଧିବେଶନରେ ସରକାର ବଜେଟ ସମେତ ୩୬ଟି ବିଲ୍‌ ଆଣିବା ପାଇଁ ଯୋଜନା ରଖିଛନ୍ତି। ଅଧିବେଶନ ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ବଜେଟ ପେପର ଯାଞ୍ଚ ଲାଗି ମଝିରେ ମାସେ ଅବକାଶ ରହିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୪ରେ ଶେଷ ହେବାକୁ ଥିବାବେଳେ ମାର୍ଚ୍ଚ ୧୨ରୁ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri